Posted inଜାତୀୟ

ମହିଳାଙ୍କ ଉପରେ ବିବାଦୀୟ ମନ୍ତବ୍ୟ: ଆଜମ ଖାନଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨।୧୨: ରାମପୁର ଉପନିର୍ବାଚନୀ ସଭାରେ ସମାଜବାଦୀ ପାର୍ଟି ନେତା ଆଜମ ଖାନ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ରାମପୁର ଡିଏସ୍‌ପି ଅନୁଜ କୁମାର ଚୌଧୁରୀ ଏହି ସୂଚନା ଦେଇଛନ୍ତି। ନଭେମ୍ବର ୨୯ରେ ଉପନିର୍ବାଚନର ଏକ ସଭାରେ ସମ୍ବୋଧିତ କରିବା ସମୟରେ ଆଜମ ଖାନ କହିଥିଲେ, ପିଲାଟି ମାତୃ ଗର୍ଭରୁ ଜନ୍ମ ହେବା ପୂର୍ବରୁ ପ୍ରଥମେ ସେ ଆଜମ ଖାନଙ୍କୁ ପଚାରନ୍ତି ଯେ ସେ ବାହାରକୁ ଆସିବାକୁ ଚାହୁଁଛନ୍ତି କି ନାହିଁ। ତେବେ ଆଜମ ଖାନଙ୍କ ଏଭଳି ମନ୍ତବ୍ୟକୁ ନେଇ ମହିଳାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଅଭିଯୋଗକାରୀଙ୍କ ଅନୁଯାୟୀ, ଆଜମ ଖାନ କହିଛନ୍ତି ମୁଁ ଗତ ୪ଟି ସରକାରରେ ମନ୍ତ୍ରୀ ଥିଲି ଏବଂ ଯଦି ମୁଁ କ୍ଷମତାକୁ ଉପଯୋଗ କରିଥାନ୍ତି, ତେବେ ଜନ୍ମିତ ଶିଶୁମାନେ ମା’ଙ୍କୁ ପଚାରନ୍ତି, ଆଜମ ଖାନଙ୍କୁ ପଚାର ଆମେ ଜନ୍ମ ନେବୁ ନା ନାହିଁ। ଏହାକୁ ନେଇ ଆଜମ ଖାନଙ୍କ ବିରୋଧରେ ୨୯୪-ବି, ୩୫୪-ଏ, ୫୦୪, ୧୫୩-ଏ ସମେତ ଅନେକ ବିଭାଗରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା

କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା…

ଗ୍ରୀନ୍‌ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri