Posted inଜାତୀୟ

ଶ୍ରଦ୍ଧା ହତ୍ୟା ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ବିବାଦୀୟ ବୟାନ: ଶିକ୍ଷିତ ଝିଅମାନେ ହୋଇଥାନ୍ତି ଲିଭ୍‌-ଇନ୍‌ର ଶିକାର

ନୂଆଦିଲ୍ଲୀ,୧୮।୧୧: ଶ୍ରଦ୍ଧାଙ୍କୁ ତାଙ୍କ ଲିଭ୍‌-ଇନ୍‌ ପାର୍ଟନର ଅତି ନିର୍ମମ ଭାବେ ହତ୍ୟା କରିଥିବା ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ କୌଶଲ କିଶୋର ଏହି ଘଟଣା ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଯାହାକୁ ନେଇ ସେ ଚର୍ଚ୍ଚ ପରିସରକୁ ଆସିଛନ୍ତି। ଏହି ହତ୍ୟାକାଣ୍ଡରେ କେନ୍ଦ୍ରମନ୍ତ୍ରୀ ଶିକ୍ଷିତ ଝିଅ ଏବଂ ଲିଭ୍‌-ଇନ୍‌ ରିଲେସନସିପ୍‌କୁ ଦାୟୀ କରିଛନ୍ତି। ସେ କହିଛନ୍ତି, ଏଭଳି ଘଟଣା ସେହି ଝିଅଙ୍କ ସହ ଘଟୁଛି ଯେଉଁମାନେ ଭଲ ଶିକ୍ଷିତ, ସେମାନେ ଭାବନ୍ତି ଯେ ସେମାନେ ଅତ୍ୟନ୍ତ ସ୍ପଷ୍ଟ ଏବଂ ସେମାନଙ୍କ ଭବିଷ୍ୟତ ବିଷୟରେ ନିଷ୍ପତ୍ତି ନେବାର କ୍ଷମତା ରହିଛି। ଏହାସହ ଆହୁରି ମଧ୍ୟ କହିଛନ୍ତି ଯେ, ଲିଭ୍‌-ଇନ୍‌ ରିଲେସନସିପ୍‌ରେ ରହିବା କ’ଣ ଦରକାର? ଯଦି ତାହା କରିବାକୁ ପଡିବ ତା’ହେଲେ ଲିଭ୍‌-ଇନ୍‌ ରିଲେସନସିପ୍‌ ପାଇଁ ଉପଯୁକ୍ତ ପଞ୍ଜୀକରଣ କରିବା ଉଚିତ୍‌। ଏଭଳି ରିଲେସନସିପ୍‌କୁ ମା’ବାପା ଯଦି ପ୍ରସ୍ତୁତ ନୁହନ୍ତି,ତେବେ କୋର୍ଟ ମ୍ୟାରେଜ୍‌ କରି ଏକାଠି ରହିବା ଉଚିତ୍‌। ତାଙ୍କର ଏଭଳି ବିବୃତ୍ତିକୁ ମଧ୍ୟ ଅନେକ ସମାଲୋଚନା ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri