Posted inଜାତୀୟ

ମହଙ୍ଗା ପଡ଼ିଲା ବିବାଦୀୟ ରାୟ: ସୁପାରିଶ ରୋକିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩୦।୧: ବମ୍ବେ ହାଇକୋର୍ଟଙ୍କ ଏକ ବିବାଦୀୟ ରାୟକୁ ନେଇ ଦେଶରେ ଚର୍ଚ୍ଚା ପରେ ସୁପ୍ରିମ୍‌କୋର୍ଟ ମାମଲାରେ ସମ୍ପୃକ୍ତ ବିଚାରପତିଙ୍କ ସୁପାରିଶ ରୋକିଛନ୍ତି। ସୁପ୍ରିମ୍‌କୋର୍ଟ କଲେଜିୟମ୍‌ରେ ବମ୍ବେ ହାଇକୋର୍ଟର ବିଚାରପତି ପୁଷ୍ପା ଗାନେଡ଼ିଓ୍ବାଲାଙ୍କୁ ସ୍ଥାୟୀ ବିଚାରପତି କରାଯିବା ଲାଗି କେନ୍ଦ୍ର ସରକାରଙ୍କୁ ସୁପାରିଶ କରାଯାଇଥିଲା। ତେବେ ବିବାଦୀୟ ରାୟ ପରେ ସୁପ୍ରିମ୍‌କୋର୍ଟ କଲେଜିୟମ୍‌ ପକ୍ଷରୁ ଏଭି ନିଷ୍ପତ୍ତି ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍‌ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ପୋଷାକ ଉପରେ ହସ୍ତଚାଳନା କରିବା ଅଶ୍ଳୀଳ ଆଚରଣ ଅବା ଯୌନ ନିର୍ଯାତନା ନୁହେଁ ବୋଲି କୁହାଯାଇଥିଲା। ଶରୀର ସହିତ ଶରୀରର ସଂଯୋଗ ହେଲେ ହିଁ ଏହାକୁ ଯୌନ ନିର୍ଯାତନା କୁହାଯାଇ ପାରିବ ବୋଲି ବିଚାରପତି ପୁଷ୍ପା ଗାନେଡ଼ିଓ୍ବାଲାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ରାୟ ଦେଇଥିଲେ। ଏହି ମାମଲାରେ ସେସନ୍‌ କୋର୍ଟ ୩୯ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ କରିଥିଲେ। ଅଭିଯୁକ୍ତ ଜଣେ ୧୨ ବର୍ଷ ବୟସ୍କା ନାବାଳିକାଙ୍କ ପୋଷାକ ଉପରେ ହସ୍ତଚାଳନା କରିଥିବା ଅଭିଯୋଗ ହୋଇଥିଲା। ପୋସ୍କୋ ଅଧିନିୟମ ଅନୁସାରେ ଏବଂ ଭାରତୀୟ ପିଙ୍ଗଳକୋଡ ଧାରା ୩୫୪ ଅନୁସାରେ ଏଭଳି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତଙ୍କୁ ସର୍ବନିମ୍ନ ୩ ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡାଦେଶ କରାଯାଇପାରେ। ୨୦୧୬ ଡିସେମ୍ବରରେ ଏହି ମାମଲା ଅଭିଯୁକ୍ତ ସତୀଶଙ୍କ ବିରୋଧରେ ରୁଜୁ ହୋଇଥିଲା। ୨୦୨୧ ଜାନୁୟାରୀ ୧୯ରେ ବିଚାରପତି ପୁଷ୍ପା ଗାନେଡ଼ିଓ୍ବାଲା ଯୌନ ନିର୍ଯାତନାର ନୂତନ ପରିଭାଷା ନେଇ ରାୟ ଦେଇଥିଲେ। ପୁଷ୍ପାଙ୍କ ପାଇଁ ସୁପ୍ରିମ୍‌କୋର୍ଟ କଲେଜିୟମ୍‌ ପକ୍ଷରୁ ଜାନୁୟାରୀ ୨୦ରେ କେନ୍ଦ୍ର ସରକାରଙ୍କୁ ସୁପାରିଶ୍‌ କରାଯିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ତେବେ ଏବେ ଏହା ଉପରେ ରୋକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?