ମା’ ହେବାରୁ ବିବାଦ

ଚେନ୍ନାଇ: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ପାଓ୍ବାର କପୁଲ କୁହାଯାଉଥିବା ନୟନତାରା (ଡିଆନା ମାରିଅମ କୁରିଆନ) ଓ ବିଘ୍ନେଶ ରବିବାର ଯମଜ ସନ୍ତାନଙ୍କ ଅଭିଭାବକ ହୋଇଛନ୍ତି। ବିବାହର ୪ ମାସ ପରେ ଦୁହେଁ ଏତେବଡ଼ ଦାୟିତ୍ୱ ପାଇବା ପରେ ବେଶ୍‌ ଖୁସିଥିବାବେଳେ ତାଙ୍କ ଫ୍ୟାନ୍‌ ଫଲୋୟର୍ସମାନେ ମଧ୍ୟ ଉଭୟଙ୍କୁ ଶୁଭେଚ୍ଛା ଜଣାଇବାରେ ହେଳା କରି ନାହାନ୍ତି। ତେବେ ନୟନତାରାଙ୍କୁ ଖୁସି ସହିତ ଏବେ ବଡ଼ ବିବାଦର ସାମ୍ନା କରିବାକୁ ପଡ଼ିଛି। ସରୋଗେସି ଜରିଆରେ ଦୁହେଁ ସନ୍ତାନଙ୍କ ଅଭିଭାବକ ହେବା ନେଇ କୌଣସି ବିଧିବଦ୍ଧ ଘୋଷଣା କରି ନ ଥିଲେ ହେଁ ଏହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ସରୋଗେସି ଲାଗି ଦେଶରେ ପ୍ରଣୟନ ଆଇନ ଉପରେ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଟଣାର ତଦନ୍ତ କରାଯିବ ବୋଲି ସୋମବାର ତାମିଲନାଡୁ ସ୍ବାସ୍ଥ୍ୟମନ୍ତ୍ରୀ ମା ଶୁଭ୍ରମନିଆନ କହିଛନ୍ତି। ଆଇନ ଅନୁସାରେ ଯେଉଁ ମହିଳାଙ୍କ ବୟସ ୨୧ ବର୍ଷରୁ ଅଧିକ ଏବଂ ୩୬ ବର୍ଷରୁ କମ୍‌ ସେହିମାନେ ଗର୍ଭଧାରଣର ଏହି ବିକଳ୍ପ ପନ୍ଥାକୁ ଆପଣାଇ ପାରିବେ। ଏ ନେଇ ମେଡିକାଲ ସେବା ନିର୍ଦ୍ଦେଶାଳୟକୁ ମଧ୍ୟ ଘଟଣାର ତଦନ୍ତ କରିବା ପାଇଁ କୁହାଯାଇଛି। ଚଳିତବର୍ଷ ଜାନୁୟାରୀ ୨୫ରେ ପ୍ରଣୟନ ହୋଇଥିବା ସରୋଗେସି ରେଗୁଲେଶନ୍‌ ବିଲ୍‌ ଅନୁସାରେ ଭାରତରେ କମର୍ସିଆଲ ସରୋଗେସି ଅର୍ଥାତ୍‌ ବ୍ୟବସାୟ ଉଦ୍ଦେଶ୍ୟରେ ଗର୍ଭଧାରଣ ନିଷିଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri