ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ବିଧାୟକ ହଟହଟା

ରଣପୁର,୨୭ା୨(ସୁକାନ୍ତ କିଶୋର ଡାକୁଆ):ନୟାଗଡ଼ ଜିଲା ରଣପୁରସ୍ଥିତ ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ରାଜ୍ୟ ସରକାରଙ୍କ ତରଫରୁ ଚାଲିଥିବା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଧାୟକ ଅତିଥି ଥିଲେ। ହେଲେ ସେ ଗୋପାଳପୁର ପଞ୍ଚାୟତର ବିଜେଡି ସଭାପତିଙ୍କୁ ଅତିଥି ଭାବେ ମଞ୍ଚରେ ବସାଇବାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ଏହାକୁ ନେଇ ବିଧାୟକଙ୍କୁ ହଟହଟା ହେବାକୁ ପଡିଥିଲା। ମଞ୍ଚ ସମ୍ମୁଖରେ ବସିଥିବା ଲୋକମାନଙ୍କ ସହିତ ଜିଲା ପରିଷଦ ସଭ୍ୟାମାନେ ହୋହାଲ୍ଲା କରି ଏହାକୁ ବିରୋଧ କରିଥିଲେ। ଏହାପରେ ସଭାପତିଙ୍କୁ ମଞ୍ଚ ଉପରୁ ହଟାଇ ଦିଆଯାଇଥିଲା। ଏହାକୁ ନେଇ ସେଠାରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ପହଞ୍ଚତ୍ ଲୋକମାନଙ୍କୁ ବୁଝାଶୁଝା କରିବା ପରେ ସଭାକାର୍ଯ୍ୟ ପୁଣି ଥରେ ଆରମ୍ଭ ହୋଇଥିଲା।
ସୂଚନା ଅନୁଯାୟୀ, ରବିବାର ଗୋପାଳପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ମନୋରଞ୍ଜନ ମହାପାତ୍ର, ସରପଞ୍ଚ ସୁଜାତା ସେଠୀ ଓ ସମସ୍ତ ୱାର୍ଡସଭ୍ୟଙ୍କ ମିଳିତ ଉଦ୍ୟମରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବ୍ଲକ ଉପାଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା ଉପସ୍ଥିତ ଥିଲେ। ଏହା ଏକ ସରକାରୀ କାର୍ଯ୍ୟକ୍ରମ ଥିଲା। ହେଲେ ଗୋପାଳପୁର ବିଜେଡି ସଭାପତି ସଦାଶିବ ନନ୍ଦଙ୍କୁ ବିଧାୟକ ଅତିଥି ଭାବେ ଡାକି ମଞ୍ଚରେ ବସାଇଥିଲେ। ଏହାକୁ ଦେଖି ଗୋପାଳପୁର ଜିଲା ପରିଷଦ ସଭ୍ୟା ଲକ୍ଷ୍ମୀପ୍ରିୟା ତାରାଇଙ୍କ ସହିତ ମଞ୍ଚ ସମ୍ମୁଖରେ ଥିବା ଲୋକମାନେ ବିରୋଧ କରିଥିଲେ। ତାଙ୍କୁ କାହିଁକି ମଞ୍ଚରେ ବସା ଯାଇଛି ବୋଲି ପ୍ରଶ୍ନ କରିଥିଲେ। ଏହା ଏକ ସରକାରୀ କାର୍ଯ୍ୟକ୍ରମ ହୋଇଥିଲେ ମଧ୍ୟ କାହିଁକି ଜଣେ ଦଳୀୟ ନେତାଙ୍କୁ ମଞ୍ଚାସୀନ କରାଗଲା ବୋଲି ସେମାନେ କହିବା ସହ ପାଟିତୁଣ୍ଡ କରିଥିଲେ। ଏହାକୁ ନେଇ ସେଠାରେ ଚାପା ଉତ୍ତେଜନା ଦେଖା ଦେଇଥିଲା।ସେ ମଞ୍ଚରୁ ଓହ୍ଲାଇଲେ ସଭା କାର୍ଯ୍ୟ ଚାଲିବ ବୋଲି ଲୋକମାନେ କହିଥିଲେ। ସ୍ଥାନୀୟ ସରପଞ୍ଚ ମଧ୍ୟ ଏହି ଦାବିକୁ ସମର୍ଥନ କରିଥିଲେ। ଏହାକୁ ନେଇ ସ୍ଥାନୀୟ ବିଧାୟକଙ୍କୁ ହଟହଟା ହେବାକୁ ପଡିଥିଲା। ବିଧାୟକ କହିବା ପରେ ପଞ୍ଚାୟତ ସଭାପତି ମଞ୍ଚରୁ ଓହ୍ଲାଇଥିଲେ। ଏହାପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏ ସଂକ୍ରାନ୍ତରେ ବିଧାୟକ ପ୍ରଧାନଙ୍କୁ ପଚାରିବାରୁ ସେ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଦେଇଥିଲେ। ଏ ନେଇ ଗୋପାଳପୁର ଜିଲା ପରିଷଦ ସଭ୍ୟା ତାରାଇଙ୍କୁ ପଚାରିବାରୁ ସେ କୁହନ୍ତି, ଏହା ଏକ ସରକାରୀ କାର୍ଯ୍ୟକ୍ରମ। ବିଧାୟକ ସବୁ ଜାଣିଶୁଣି ତାଙ୍କ ଦଳର ଜଣେ ନେତାଙ୍କୁ ଆଣି ଅତିଥି କରି ମଞ୍ଚରେ ବସାଇଥିଲେ। ସେଥିପାଇଁ ଏପରି ପରିସ୍ଥିତି ସୃଷ୍ଟି ହେଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଭୋଟ ସୁରକ୍ଷା ପ୍ରତିମାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର,୩ା୫ (ପ୍ରମୋଦ କୁମାର ନାୟକ): ୨୦୨୪ ନିର୍ବାଚନ ନେଇ ପ୍ରମୁଖ ରାଜନୈତିକ ଦଳ ଯଥା ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ଚାଲିଛି।...

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ଆଶଙ୍କାରେ ଜିଲାବାସୀ

କେନ୍ଦ୍ରାପଡ଼ା,୩ା୫(ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଜିଲାକୁ ବନ୍ୟା, ବାତ୍ୟା ସହ...

ବାଘ, ଭାଲୁଙ୍କ ପାଇଁ କୁଲର

ସମ୍ବଲପୁର,୩ା୫(ପ୍ରମୋଦ ବହିଦାର):ବନ୍ୟପ୍ରାଣୀଙ୍କୁ ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ରକ୍ଷା କରିବା ପାଇଁ ସମ୍ବଲପୁର ପ୍ରାଣୀ ଉଦ୍ୟାନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଗତ ଏକ ସପ୍ତାହ ଧରି ସମ୍ବଲପୁରରେ...

୨ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌

ଝୁମ୍ପୁରୀ,୩ା୫(ସରୋଜ ନାୟକ): ଦଶରଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଫେଲ୍‌ ମାରିଥିବା ଜଣାପଡ଼ିଛି। ଏହି ଦୁଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ...

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri