Posted inଜାତୀୟ

ଫଳାଫଳ ପୂର୍ବରୁ ଭାଜପା-କଂଗ୍ରେସ ମଧ୍ୟରେ ଛକାପଞ୍ଝା: ରିସୋର୍ଟ-ପ୍ଲେନ ବୁକ, ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର…

ଜୟପୁର,୨।୧୨ : ରାଜସ୍ଥାନ ବିଧାନସଭା ନିର୍ବାଚନର ଏକଜିଟ ପୋଲ ପରେ ଶାସକ କଂଗ୍ରେସ ଏବଂ ବିରୋଧୀ ଭାଜପା ମଧ୍ୟରେ ଛକାପଞ୍ଝା ଆରମ୍ଭ ହୋଇଛି। ଯଦି ବିଜୟୀ ଆସନରେ ସାମାନ୍ୟ ପାର୍ଥକ୍ୟ ରୁହେ, ତେବେ ସରକାର ଗଠନରେ ସ୍ବାଧୀନ ବିଧାୟକଙ୍କ ସହ ଆଞ୍ଚଳିକ ଦଳର ଭୂମିକା ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଉଭୟ ଦଳ ସମ୍ଭାବ୍ୟ ବିଜେତାଙ୍କ ସହ ଯୋଗାଯୋଗ ଆରମ୍ଭ କରିଛନ୍ତି। ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ଅଧିକ ନଜର ରଖାଯାଉଛି।

କଂଗ୍ରେସରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସମ୍ଭାବ୍ୟ ବିଜେତାମାନଙ୍କ ସହ କଥାବାର୍ତ୍ତା କରୁଥିବାବେଳେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଦିଲ୍ଲୀରେ କ୍ୟାମ୍ପ ପକାଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ଭାଜପାର ବିଧାୟକଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି। ସୂଚନାନୁସାରେ, ନିବ;ାଚନ ଫଳାଫଳ ଘୋଷଣା ହେବା ପରେ ବିଜେତା ବିଧାୟକଙ୍କୁ ବାଡଡିଆଁରୁ ରୋକିବା ପାଇଁ ଉଭୟ ଦଳ ରଣନୀତି ପ୍ରସ୍ତୁତ କରିଛନ୍ତି।

ବିଜୟ ବ୍ୟବଧାନ ପାଞ୍ଚରୁ ଦଶ ସିଟ ମଧ୍ୟରେ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ତେଣୁ ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ରଣନୀତି ପ୍ରସ୍ତୁତ କରାଯିବାର ଏହା ହେଉଛି ପ୍ରମୁଖ କାରଣ। ବିଜୟର ସମ୍ଭାବନା ଥିବା ଏକ ଡଜନ ସ୍ବାଧୀନ ଏବଂ ଆଞ୍ଚଳିକ ଦଳର ପ୍ରାର୍ଥୀଙ୍କ ସହ ଯୋଗାଯୋଗ କରାଯାଉଛି।

ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ କଂଗ୍ରେସ ଏବଂ ଭାଜପା ନେତା ବିଜୟୀ ବିଧାୟକଙ୍କ ଘୋଡାବେପାରକୁ ରୋକିବା ଲାଗି ପ୍ରସ୍ତୁତି ଚଳାଇଛନ୍ତି। ସୂଚନାନୁସାରେ, ଗେହଲଟ ବେଙ୍ଗାଲୁରୁ ଏବଂ ଉଦୟପୁରରେ ଦୁଇଟି ରିସୋର୍ଟ ବୁକ କରିଛନ୍ତି। କଂଗ୍ରେସ ଏବଂ ସ୍ବାଧୀନ ବିଧାୟକମାନଙ୍କୁ ଏହି ରିସୋର୍ଟଗୁଡିକୁ ନେବା ପାଇଁ ଯୋଜନା ଅଛି। ସୂତ୍ରରୁ ପ୍ରକାଶ ଭାଜପା ରଣନୀତିଜ୍ଞମାନେ ବିଜେତା ବିଧାୟକମାନଙ୍କୁ ଗୁଜରାଟକୁ ନେବାକୁ ଯୋଜନା କରୁଛନ୍ତି। ସୂଚନାନୁସାରେ, ଉଭୟ ପକ୍ଷ ମଧ୍ୟ ଦୁଇଟି ବିମାନ ବୁକ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?