ଭାଜପାରେ କନ୍ଦଳ: ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କୁ ବିରୋଧ

ମାଣିଆବନ୍ଧ, ୧୨।୪(ଅଖିଳ କୁମାର ସାହୁ):କଟକ ଭାଜପା ଏମ୍‌ପି ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଓ ବଡ଼ମ୍ବା ବିଧାୟକ ପ୍ରାର୍ଥୀ ସମ୍ବିତ ତ୍ରିପାଠୀ ଗୁରୁବାର ଦଳୀୟ ଅସନ୍ତୁଷ୍ଟ କର୍ମୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ। ମହତାବ ଏମ୍‌ପି ଟିକେଟ ପାଇବା ପରେ ପ୍ରଥମ ଥର ଲାଗି ବଡ଼ମ୍ବା ନିର୍ବାଚନ ମଣ୍ଡଳୀ ଗସ୍ତରେ ଆସିଥିଲେ। ଏହି ସମୟରେ ବଡ଼ମ୍ବା ନିର୍ବାଚନ ମଣ୍ଡଳୀର ପ୍ରବେଶ ଦ୍ୱାର ବିଧାରପୁର ଛକରେ ପୂର୍ବାହ୍ନ ପ୍ରାୟ ୧୧ଟାରେ ତାଙ୍କୁ ବିଧାୟକ ପ୍ରାର୍ଥୀ ସମ୍ବିତ ତ୍ରିପାଠୀ ଓ ଦଳୀୟ କର୍ମୀମାନେ ସ୍ବାଗତ କରିଥିଲେ। ଏଥିସହ ଏକ ବାଇକ ଶୋଭାଯାତ୍ରାରେ ମହତାବଙ୍କୁ ପାଛୋଟି ଆଣିଥିଲେ। ମାଣିଆବନ୍ଧ ଥାନା ଅନ୍ତର୍ଗତ ଧୋବଣୀନାଳଠାରେ ବଡ଼ମ୍ବା ବିଧାନସଭା ଆସନରୁ ଅନ୍ୟତମ ଆଶାୟୀ ପ୍ରାର୍ଥୀ ବିଜୟ କୁମାର ଦଳବେହେରା ଓ ୬୦୦ରୁ ଊର୍ଦ୍ଧ୍ୱ ଅସନ୍ତୁଷ୍ଟ କର୍ମୀ ମହତାବ ଓ ତ୍ରିପାଠୀଙ୍କୁ ବିରୋଧ କରି ‘ଗୋ ବ୍ୟାକ୍‌’ ବୋଲି ସ୍ଲୋଗାନ ଦେଇଥିଲେ। ଦଳବେହେରା ୨୦୧୯ ସାଧାରଣ ନିର୍ବାଚନରେ ଏହି ଭାଜପାରୁ ପ୍ରାର୍ଥୀ ହୋଇଥିଲେ। ମାତ୍ର ଚଳିତ ନିର୍ବାଚନରେ ତାଙ୍କୁ ଟିକେଟ୍‌ ମିଳି ନ ଥିଲା। ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ କିଛି ସମୟ ପାଇଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ମାଣିଆବନ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପରେ ଦଳୀୟ କର୍ମୀମାନଙ୍କୁ ବୁଝାଶୁଝା କରିଥିଲେ। ଏହାପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ପୁନର୍ବାର ଶୋଭାଯାତ୍ରା ମା’ଭଟ୍ଟାରିକାଙ୍କ ଅଭିମୁଖେ ଯାଉଥିବାବେଳେ ବଡ଼ମ୍ବା ତେଲିସାହି ଓ କରଡ଼ିବନ୍ଧଠାରେ ଅସନ୍ତୁଷ୍ଟ ମହିଳା ଓ ପୁରୁଷ କର୍ମୀମାନେ ମହତାବ ଓ ତ୍ରିପାଠୀଙ୍କୁ ବିରୋଧ କରିଥିଲେ। ଏ ସମ୍ପର୍କରେ ଥାନାରେ କୌଣସି ଏତଲା ଦିଆଯାଇନାହିଁ ବୋଲି ଏସ୍‌ଆଇ ବସନ୍ତ କୁମାର ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri