Posted inଜାତୀୟ

NEETକୁ ନେଇ ପାର୍ଲାମେଣ୍ଟରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୮ା୬: ପାର୍ଲାମେଣ୍ଟର ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ବିରୋଧୀମାନେ ଆଜି ସଂସଦର ଉଭୟ ଗୃହରେ ନିଟ୍‌କୁ ନେଇ ହଟ୍ଟଗୋଳ କରିଛନ୍ତି। ଗୃହର କାର୍ଯ୍ୟକାଳ ଆରମ୍ଭ ହେବା ପରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କହିଥିଲେ ପ୍ରଥମେ ନିଟ୍‌ ବିଷୟରେ ଆଲୋଚନା କରାଯିବା ଉଚିତ।

କଂଗ୍ରେସ ଏମ୍‌ପି ସୟଦ ନାସିର ହୁସେନଙ୍କ ପରେ ଅନ୍ୟ ଦଳର ନେତା ରଣଜିତ ରଞ୍ଜନ ପେପର ଲିକ୍‌ ମାମଲା ଏବଂ ନିଟ୍‌-ୟୁଜି ଏବଂ ୟୁଜିସି-ନେଟ୍‌ ସମେତ ପରୀକ୍ଷା ପରିଚାଳନାରେ ବିଫଳତାକୁ ନେଇ କହିଥିଲେ।

କଂଗ୍ରେସ ନେତାଙ୍କ ହୋ-ହଲ୍ଲାକୁ ନେଇ ବାଚସ୍ପତି କହିଥିଲେ, ମୁଁ ପୁନର୍ବାର ଆପଣଙ୍କୁ ପ୍ରତ୍ୟେକ ପ୍ରଶ୍ନ ଉଠାଇବାକୁ ଅନୁରୋଧ କରୁଛି ଏବଂ ସରକାର ଏହାର ଉତ୍ତର ଦେବେ। ଗୃହ ଚଳାଇବା ଆମର ଦାୟିତ୍ୱ, ସଂସଦୀୟ ଗଣତନ୍ତ୍ର ପାଇଁ ଏହା ଉପଯୁକ୍ତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ଫିଲ୍ଡିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri