Posted inଜାତୀୟ

ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର

ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି। ସଚିନ ଇତିମଧ୍ୟରେ ଦିଲ୍ଲୀରେ ପହଞ୍ଚତ୍ଥିବାବେଳେ ରାଜନୈତିକ ସଙ୍କଟ ଦୂର କରିବା ଲାଗି କେନ୍ଦ୍ରୀୟ ନେତୃତ୍ୱ ତତ୍ପର ହୋଇଛନ୍ତି। ସଚିନଙ୍କ କ୍ୟାମ୍ପ୍‌ରୁ ୪/୫ ଜଣ ଅନୁଗତଙ୍କୁ ରାଜ୍ୟ କ୍ୟାବିନେଟରେ ନେବା ଲାଗି ଗେହଲଟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରନ୍ତି ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।
ଗତବର୍ଷ ଜୁଲାଇରେ ସଚିନ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ନେତୃତ୍ୱ ବିରୋଧରେ ଖୋଲା ବିଦ୍ରୋହ କରିଥିଲେ। ଦଳ ହାଇକମାଣ୍ଡଙ୍କ ହସ୍ତକ୍ଷେପ ପରେ ଅଚଳାବସ୍ଥାର ସମାଧାନ ହୋଇଥିଲା। ରାଜ୍ୟ ସରକାରରେ ସେମାନଙ୍କୁ ଉପଯୁକ୍ତ ପ୍ରାପ୍ୟ ମିଳିବ ବୋଲି ସେତେବେଳେ ସଚିନଙ୍କ ଗୋଷ୍ଠୀଙ୍କୁ ପ୍ରତିଶ୍ରୁତି ଦିଆଯାଇଥିଲା, ଯାହା ଏପର୍ଯ୍ୟନ୍ତ ପୂରଣ ହୋଇନାହିଁ। ସଙ୍କଟ ସମାଧାନ ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଣ୍ଟା ଭିଡ଼ିଥିବାବେଳେ ଖୁବ୍‌ଶୀଘ୍ର ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଇତିମଧ୍ୟରେ ଗେହଲଟ ଦଳୀୟ ବିଧାୟକ ଏବଂ ବିଏସ୍‌ପିରୁ ଆସି କଂଗ୍ରେସରେ ଯୋଗଦେଇଥିବା ସଦସ୍ୟମାନଙ୍କ ସହ ନିୟମିତ ବୈଠକ ଚଳାଇଛନ୍ତି। ଗେହଲଟଙ୍କ କ୍ୟାବିନେଟରେ ୯ ମନ୍ତ୍ରୀପଦ ଖାଲି ରହିଛି। ସଚିନଙ୍କ ଅନୁଗତଙ୍କ ବ୍ୟତୀତ ୧୮ ଜଣ ସ୍ବାଧୀନ ବିଧାୟକଙ୍କର ମଧ୍ୟ ଉକ୍ତ ପଦବୀ ଉପରେ ଆଖି ରହିଛି।
ସଚିନଙ୍କ ଗୋଷ୍ଠୀର ବିଧାୟକମାନଙ୍କ ଫୋନ୍‌ ଟ୍ୟାପିଂ କରାଯାଉଥିବା ନେଇ ଶନିବାର ବିଧାୟକ ବେଦପ୍ରକାଶ ସୋଲାଙ୍କି ଅଭିଯୋଗ କରିଥିଲେ। ତେବେ କାହା ନିର୍ଦ୍ଦେଶରେ କିଏ ଫୋନ୍‌ ଟ୍ୟାପ୍‌ କରୁଛି ତାହା ସେ ଜାଣନ୍ତି ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri