Posted inଜାତୀୟ

ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର

ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି। ସଚିନ ଇତିମଧ୍ୟରେ ଦିଲ୍ଲୀରେ ପହଞ୍ଚତ୍ଥିବାବେଳେ ରାଜନୈତିକ ସଙ୍କଟ ଦୂର କରିବା ଲାଗି କେନ୍ଦ୍ରୀୟ ନେତୃତ୍ୱ ତତ୍ପର ହୋଇଛନ୍ତି। ସଚିନଙ୍କ କ୍ୟାମ୍ପ୍‌ରୁ ୪/୫ ଜଣ ଅନୁଗତଙ୍କୁ ରାଜ୍ୟ କ୍ୟାବିନେଟରେ ନେବା ଲାଗି ଗେହଲଟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିପାରନ୍ତି ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।
ଗତବର୍ଷ ଜୁଲାଇରେ ସଚିନ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ନେତୃତ୍ୱ ବିରୋଧରେ ଖୋଲା ବିଦ୍ରୋହ କରିଥିଲେ। ଦଳ ହାଇକମାଣ୍ଡଙ୍କ ହସ୍ତକ୍ଷେପ ପରେ ଅଚଳାବସ୍ଥାର ସମାଧାନ ହୋଇଥିଲା। ରାଜ୍ୟ ସରକାରରେ ସେମାନଙ୍କୁ ଉପଯୁକ୍ତ ପ୍ରାପ୍ୟ ମିଳିବ ବୋଲି ସେତେବେଳେ ସଚିନଙ୍କ ଗୋଷ୍ଠୀଙ୍କୁ ପ୍ରତିଶ୍ରୁତି ଦିଆଯାଇଥିଲା, ଯାହା ଏପର୍ଯ୍ୟନ୍ତ ପୂରଣ ହୋଇନାହିଁ। ସଙ୍କଟ ସମାଧାନ ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଣ୍ଟା ଭିଡ଼ିଥିବାବେଳେ ଖୁବ୍‌ଶୀଘ୍ର ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଇତିମଧ୍ୟରେ ଗେହଲଟ ଦଳୀୟ ବିଧାୟକ ଏବଂ ବିଏସ୍‌ପିରୁ ଆସି କଂଗ୍ରେସରେ ଯୋଗଦେଇଥିବା ସଦସ୍ୟମାନଙ୍କ ସହ ନିୟମିତ ବୈଠକ ଚଳାଇଛନ୍ତି। ଗେହଲଟଙ୍କ କ୍ୟାବିନେଟରେ ୯ ମନ୍ତ୍ରୀପଦ ଖାଲି ରହିଛି। ସଚିନଙ୍କ ଅନୁଗତଙ୍କ ବ୍ୟତୀତ ୧୮ ଜଣ ସ୍ବାଧୀନ ବିଧାୟକଙ୍କର ମଧ୍ୟ ଉକ୍ତ ପଦବୀ ଉପରେ ଆଖି ରହିଛି।
ସଚିନଙ୍କ ଗୋଷ୍ଠୀର ବିଧାୟକମାନଙ୍କ ଫୋନ୍‌ ଟ୍ୟାପିଂ କରାଯାଉଥିବା ନେଇ ଶନିବାର ବିଧାୟକ ବେଦପ୍ରକାଶ ସୋଲାଙ୍କି ଅଭିଯୋଗ କରିଥିଲେ। ତେବେ କାହା ନିର୍ଦ୍ଦେଶରେ କିଏ ଫୋନ୍‌ ଟ୍ୟାପ୍‌ କରୁଛି ତାହା ସେ ଜାଣନ୍ତି ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri