ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ କେନ୍ଦ୍ର କରି ଶୋଭାଯାତ୍ରାରେ ଥିବା ଏକ ଗାଡିର ଚାଳକ ଓ ମାଲିକ ମିଶି ବରଘରର ଜଣେ ସମ୍ପର୍କୀୟ ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କରିଛନ୍ତି। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ଆହତ ହୋଇ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଗୁରୁତର ଆହତ ଯୁବକ ଜଣଙ୍କ ହେଲେ ହିଞ୍ଜିଳି ଥାନା କଣ୍ଟେଇକୋଳି ଗ୍ରାମର କାହ୍ନା ସାହୁ (୨୬) ।

ସୂଚନାନୁସାରେ, ସୋମବାର ରାତିରେ ହିଞ୍ଜିଳିକାଟୁ ଅଞ୍ଚଳର ଜଣେ ଯୁବକ ବାହାଘର ସକାଶେ ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମକୁ ଶୋଭାଯାତ୍ରାରେ ଯାଉଥିଲେ। ରାତ୍ର ପ୍ରାୟ ୧୧ ଘଣ୍ଟା ସମୟରେ କୌଣସି କଥାକୁ କେନ୍ଦ୍ର କରି ବରଘରର କିଛି ସମ୍ପର୍କୀୟଙ୍କ ସହ ବାହାଘର ପାଇଁ ଶୋଭାଯାତ୍ରାରେ ଯାଇଥିବା ଗାଡି ଚାଳକଙ୍କ ସହ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ରୋଷଣୀରେ ଯାଇଥିବା କିଛି ଯୁବକଙ୍କ ସହ ଶୋଭାଯାତ୍ରା ଗାଡି ଚାଳକ, ମାଲିକ ଓ ଜଣେ ସହଯୋଗୀଙ୍କ ସହ ଉଚ୍ଚବାଚ ହୋଇଥିଲା। ପରିସ୍ଥିତି ଧୀରେ ଧୀରେ ଉଗ୍ରରୂପ ଧାରଣ କରିଥିଲା। ଶେଷରେ ଶୋଭାଯାତ୍ରା ଗାଡି ଚାଳକ, ମାଲିକ ଓ ଜଣେ ସହଯୋଗୀ ମିଶି ଗାଡିରେ ରଖିଥିବା ଏକ ଭୁଜାଲିରେ ହଠାତ୍ କାହ୍ନାଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଯୁବକଙ୍କ ହାତ, ମୁଣ୍ଡ ଓ ଛାତିରେ ଗଭୀର କ୍ଷତ ସୃଷ୍ଟି ହେବା ସହ ରକ୍ତ ଜୁଡୁବୁଡୁ ହୋଇ ଯୁବକ ଜଣଙ୍କ ଘଟଣା ସ୍ଥଳରେ ପଡି ଯାଇଥିଲେ। ଯୁବକ ଜଣଙ୍କ ତଳେ ପଡିଯିବା ପରେ ଆକ୍ରମଣକାରୀ ୩ ଯୁବକ ଶୋଭାଯାତ୍ରା ଗାଡ଼ିକୁ ସାଙ୍ଗରେ ନେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ଓ ପରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଖବର ପାଇ ହିଞ୍ଜିଳି ପୁଲିସର ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ଘଟଣାର ସରଜମିନ ତଦନ୍ତ ଚଳାଇଥିଲା। ବିଶେଷ ସୂତ୍ରରୁ ଖବର ପାଇ ମଙ୍ଗଳବାର ଭୋର ସମୟରେ ହିଞ୍ଜିଳି ପୁଲିସ ହିଞ୍ଜିଳିକାଟୁ ପୈାରାଞ୍ଚଳ ହିଞ୍ଜିଳି ଗ୍ରାମର ଏକ ବାହାରପଟୁ ତାଲା ପଡିଥିବା ଏକ ବନ୍ଦ କୋଠରୀ ରୁ ୩ ଜଣ ଯୁବକଙ୍କୁ କାବୁ କରିବା ସହ ଆକ୍ରମଣରେ ବ୍ୟବହୃତ ଏକ ରକ୍ତଭିଜା ଭୁଜାଲୀ ଜବତ କରିଥିବା ଜଣାପଡିଛି। ତଦନ୍ତରେ ବାଧା ଉପୁଜିବା ନେଇ ପୁଲିସ ପକ୍ଷରୁ କୈାଣସି ସୂଚନା ମିଳିପାରିନାହିଁ। ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ହିଞ୍ଜିଳି ଥାନାରେ କୈାଣସି ଲିଖିତ ଅଭିଯୋଗ ହୋଇନଥିବା ଥାନା ଆଇଆଇସି ଶ୍ରୀନିବାସ ସେଠିଙ୍କ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଲଢ଼େଇ, ନିଜେ ଲଢ଼ିବେ: ଆତ୍ମରକ୍ଷା ତାଲିମ…

କେସିଙ୍ଗା, ୨୩ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନୁ କୁମାର ପାଢ଼ୀଙ୍କ...

ବିପୁଳ ପରିମାଣରେ ଦେଶୀ, ବିଦେଶୀ ମଦ ଜବତ ଜବତ: ୨ ଗିରଫ

କୋକସରା,୨୩।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନମ୍ବର ଜାତୀୟ ରାଜପଥ ବୋବରିଆ ଛକରେ ଥିବା ଏକ ଢ଼ାବା ଓ କାଉଡୋଳା ଗ୍ରାମରେ...

ସିପିଆଇ ଜୋନାଲ କମିଟିର ଆଲୋଚନା ସଭା

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ସିପିଆଇ ବଡ଼ଖେମୁଣ୍ଡି ଜୋନାଲ କମିଟିର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ସିପିଆଇ କାର୍ଯ୍ୟଳୟରେ ଆୟୋଜିତ...

କୋର୍ଟରୁ ବାହାରିବାବେଳେ ଯୁବକଙ୍କୁ ଅପହରଣ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ କୋର୍ଟ ସମ୍ମୁଖରୁ ଶୁକ୍ରବାର ଦ୍ୱିପ୍ରହରରେ ଝାରସୁଗୁଡ଼ାର ନିରଞ୍ଜନ ସୁନାଙ୍କୁ ଅପହରଣ କରି ମାରପିଟ୍‌ କରିବା ପରେ ବିଳମ୍ବିତ ରାତିରେ ଥାନାରେ ଛାଡ଼ି...

କାଳ ସାଜିଲା କାଳବୈଶାଖି, ସ୍କୁଲରେ ଆଶ୍ରୟ ନେଲେ କ୍ଷତିଗ୍ରସ୍ତ

ଦେବଗଡ଼ ,୨୩।୩(ଶଶାଙ୍କ ଶେଖର ଝାଙ୍କର): କାଳ ସାଜିଲା କାଳବୈଶାଖି । କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି । କ୍ଷତିଗ୍ରସ୍ତ ଲୋକଙ୍କୁ ଗାଁ ସ୍କୁଲରେ ଆଶ୍ରୟ ଦେଲା...

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri