ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର ସୋସିଆଲ ମିଡିଆରେ ପ୍ରସାରିତ ହେବା ପରେ ଏହାକୁ ନେଇ ଆପତ୍ତି ଉଠିଛି। ଏହି ଟ୍ରେଲରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଜୀବନ ଓ ଲୀଳାକୁ ନେଇ ପ୍ରଦର୍ଶିତ କାହାଣୀ ସମ୍ପୂର୍ଣ୍ଣ କାଳ୍ପନିକ ଏବଂ ଶାସ୍ତ୍ରସମ୍ମତ ବର୍ଣ୍ଣନା ବିରୋଧୀ ବୋଲି ଅଭିଯୋଗ କରାଯାଇଛି। ମହାପ୍ରଭୁଙ୍କ ମହିମା ସମ୍ବନ୍ଧୀୟ ଯେକୌଣସି ପ୍ରଚାର ଓ ଉପସ୍ଥାପନା ମହର୍ଷି ବେଦବ୍ୟାସଙ୍କ ସମେତ ପ୍ରାଚୀନ ଶାସ୍ତ୍ରରେ ବର୍ଣ୍ଣିତ ତଥ୍ୟ ଅନୁଯାୟୀ ହେବା ଆବଶ୍ୟକ। ତେଣୁ ଚଳଚ୍ଚିତ୍ରରେ ପ୍ରଦର୍ଶିତ ବିକୃତ ଓ କାଳ୍ପନିକ ଚିତ୍ରଣ ବିଶ୍ୱବ୍ୟାପୀ କୋଟି କୋଟି ଜଗନ୍ନାଥ ଭକ୍ତଙ୍କ ଧାର୍ମିକ ଭାବନାକୁ ଆଘାତ ଦେଇପାରେ ବୋଲି ଜଗନ୍ନାଥପ୍ରେମୀମାନେ ଚିନ୍ତାବ୍ୟକ୍ତ କରିଛନ୍ତି। ଜୁଲାଇ ୧୦ରେ ଓଡ଼ିଆ, ହିନ୍ଦୀ ଓ ତେଲୁଗୁ ଭାଷାରେ ଚଳଚ୍ଚିତ୍ରଟି ରିଲିଜ ହେବାକୁ ଥିବାବେଳେ ଏହାକୁ ସ୍ଥଗିତ ରଖିବା ପାଇଁ ଚଳଚ୍ଚିତ୍ରର ପ୍ରଯୋଜକ ସଂସ୍ଥାକୁ ଦାବି କରାଯାଇଛି। ଏଥିସହ ଚଳଚ୍ଚିତ୍ରର ବିଷୟବସ୍ତୁକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପୁରୀ ଦ୍ୱାରା ନିଯୁକ୍ତ ବିଶେଷଜ୍ଞମାନଙ୍କ ଦ୍ୱାରା ଯାଞ୍ଚ ଓ ପ୍ରମାଣିକରଣ କରାଯାଉ। ବିଶେଷଜ୍ଞଙ୍କ ମଞ୍ଜୁରୀ ନ ମିଳିବା ପର୍ଯ୍ୟନ୍ତ ଚଳଚ୍ଚିତ୍ରଟିକୁ ସିନେମା ହଲ୍‌ କିମ୍ବା କୌଣସି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ପ୍ରଦର୍ଶନ ନ କରିବାକୁ ଦାବି କରାଯାଇଛି। ଏହି ଘଟଣାକୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍‌ବେଗ ପ୍ରକାଶ କରିବା ସହ ଫିଲ୍ମର ମୁକ୍ତିଲାଭ ଉପରେ ରୋକ ଲଗାଇବା ଆବଶ୍ୟକ ବୋଲି କହିଛନ୍ତି। ଅପରପକ୍ଷରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହା ଉପରେ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?