Posted inଜାତୀୟ

ମୋଦିଙ୍କୁ ଆଧୁନିକ ଭାରତର ‘ରାଷ୍ଟ୍ରପିତା’ କହିବାକୁ ନେଇ ଉଠିଲା ବିବାଦ: ମହାତ୍ମା ଗାନ୍ଧୀଙ୍କ ଅଣନାତି କହିଲେ…

ନୂଆଦିଲ୍ଲୀ,୨୨।୧୨: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କ ସ୍ତ୍ରୀ ଅମୃତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଧୁନିକ ଭାରତର ‘ରାଷ୍ଟ୍ରପିତା’ ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ସହିତ ମହାତ୍ମା ଗାନ୍ଧୀଙ୍କ ଅଣନାତି ତୁଷାର ଗାନ୍ଧୀ ମଧ୍ୟ ଏହି ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅମୃତାଙ୍କ ମନ୍ତବ୍ୟକୁ ନେଇ ତୁଷାର ଗାନ୍ଧୀ କହିଛନ୍ତି, ଅମୃତା ଯେଉଁ ଆରଏସଏସର ଆଜ୍ଞାକୁ ପାଳନ କରୁଛନ୍ତି, ତାହା ସ୍ବାଗତଯୋଗ୍ୟ। ସେମିତିରେ ବି ବାପୁ ଆଜିର ଭାରତଠାରୁ ବହୁ ପୂର୍ବରୁ ବିମୁଖ ହୋଇଥାନ୍ତେ। ମହାରାଷ୍ଟ୍ର ବିଧାନସଭାରେ ଏକ ଆନୁଷ୍ଠାନିକ ଭାବେ ମୋଦିଙ୍କୁ ‘ମନୁବାଦୀ ହିନ୍ଦୁ ରାଷ୍ଟ୍ର ଭାରତ’ର ପିତା ବୋଲି ଘୋଷଣା କରିବା ଉଚିତ।
ଅନ୍ୟପକ୍ଷରେ କଂଗ୍ରେସ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଯଶୋମତି ଠାକୁର ଅମୃତାଙ୍କ ମନ୍ତବ୍ୟକୁ ନେଇ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଗଠନର ଆଦର୍ଶ ଅନୁସରଣ କରୁଥିବା ଲୋକମାନେ ବାରମ୍ବାର ଗାନ୍ଧିଜୀଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି। ସେମାନେ ଏହିପରି କଥାବାର୍ତ୍ତା ଜାରି ରଖିଛନ୍ତି କାରଣ ଗାନ୍ଧିଜୀଙ୍କ ପରି ମହାନ ଲୋକଙ୍କୁ ମିଛ କହି ବଦନାମ କରି ଦେଶର ଇତିହାସ ବଦଳାଇବା ପାଇଁ ସେମାନଙ୍କ ମନରେ ଏକ କ୍ରେଜ ରହିଛି।
ସୂଚନାଯୋଗ୍ୟ,ନାଗପୁରରେ ଏକ କାର୍ଯ୍ୟକ୍ରମରେ ମହାତ୍ମା ଗାନ୍ଧୀ କିଏ ବୋଲି ପଚରାଯିବାରୁ ଅମୃତା କହିଥିଲେ, ଆମ ଦେଶରେ ଦୁଇଜଣ ରାଷ୍ଟ୍ରପିତା ଅଛନ୍ତି। ମହାତ୍ମା ଗାନ୍ଧୀ ପୂର୍ବରୁ ରାଷ୍ଟ୍ରପିତା ହୋଇଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ଆଧୁନିକ ଭାରତର ରାଷ୍ଟ୍ରପିତା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri