Posted inଜାତୀୟ

ମୋଦିଙ୍କୁ ଆଧୁନିକ ଭାରତର ‘ରାଷ୍ଟ୍ରପିତା’ କହିବାକୁ ନେଇ ଉଠିଲା ବିବାଦ: ମହାତ୍ମା ଗାନ୍ଧୀଙ୍କ ଅଣନାତି କହିଲେ…

ନୂଆଦିଲ୍ଲୀ,୨୨।୧୨: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କ ସ୍ତ୍ରୀ ଅମୃତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଧୁନିକ ଭାରତର ‘ରାଷ୍ଟ୍ରପିତା’ ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ସହିତ ମହାତ୍ମା ଗାନ୍ଧୀଙ୍କ ଅଣନାତି ତୁଷାର ଗାନ୍ଧୀ ମଧ୍ୟ ଏହି ମନ୍ତବ୍ୟ ଉପରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅମୃତାଙ୍କ ମନ୍ତବ୍ୟକୁ ନେଇ ତୁଷାର ଗାନ୍ଧୀ କହିଛନ୍ତି, ଅମୃତା ଯେଉଁ ଆରଏସଏସର ଆଜ୍ଞାକୁ ପାଳନ କରୁଛନ୍ତି, ତାହା ସ୍ବାଗତଯୋଗ୍ୟ। ସେମିତିରେ ବି ବାପୁ ଆଜିର ଭାରତଠାରୁ ବହୁ ପୂର୍ବରୁ ବିମୁଖ ହୋଇଥାନ୍ତେ। ମହାରାଷ୍ଟ୍ର ବିଧାନସଭାରେ ଏକ ଆନୁଷ୍ଠାନିକ ଭାବେ ମୋଦିଙ୍କୁ ‘ମନୁବାଦୀ ହିନ୍ଦୁ ରାଷ୍ଟ୍ର ଭାରତ’ର ପିତା ବୋଲି ଘୋଷଣା କରିବା ଉଚିତ।
ଅନ୍ୟପକ୍ଷରେ କଂଗ୍ରେସ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଯଶୋମତି ଠାକୁର ଅମୃତାଙ୍କ ମନ୍ତବ୍ୟକୁ ନେଇ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଭାଜପା ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଗଠନର ଆଦର୍ଶ ଅନୁସରଣ କରୁଥିବା ଲୋକମାନେ ବାରମ୍ବାର ଗାନ୍ଧିଜୀଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି। ସେମାନେ ଏହିପରି କଥାବାର୍ତ୍ତା ଜାରି ରଖିଛନ୍ତି କାରଣ ଗାନ୍ଧିଜୀଙ୍କ ପରି ମହାନ ଲୋକଙ୍କୁ ମିଛ କହି ବଦନାମ କରି ଦେଶର ଇତିହାସ ବଦଳାଇବା ପାଇଁ ସେମାନଙ୍କ ମନରେ ଏକ କ୍ରେଜ ରହିଛି।
ସୂଚନାଯୋଗ୍ୟ,ନାଗପୁରରେ ଏକ କାର୍ଯ୍ୟକ୍ରମରେ ମହାତ୍ମା ଗାନ୍ଧୀ କିଏ ବୋଲି ପଚରାଯିବାରୁ ଅମୃତା କହିଥିଲେ, ଆମ ଦେଶରେ ଦୁଇଜଣ ରାଷ୍ଟ୍ରପିତା ଅଛନ୍ତି। ମହାତ୍ମା ଗାନ୍ଧୀ ପୂର୍ବରୁ ରାଷ୍ଟ୍ରପିତା ହୋଇଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ଆଧୁନିକ ଭାରତର ରାଷ୍ଟ୍ରପିତା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri