ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା

ଚମ୍ପୁଆ,୨୮ା୯(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରିମୂଳି ଫାଣ୍ଡି ଅଧୀନ ନିଶ୍ଚିନ୍ତପୁର ପଞ୍ଚାୟତର ଅମଳାଣିଗୋଡ଼ା ଗାଁରେ ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା ଦେଖାଯାଇଛି। ପୂର୍ବତନ ଝୁମ୍ପୁରା ବ୍ଲକ୍‌ ଅଧ୍ୟକ୍ଷ ସଚିତ୍ର ମହାନ୍ତ, ଫାଣ୍ଡି ଅଧିକାରୀ ସନ୍ତୋଷ ନାୟକଙ୍କ ହସ୍ତକ୍ଷେପ ପରେ ଉଭୟ ପକ୍ଷଙ୍କ ସହମତିରେ ସମାଧାନ ହୋଇଛି। ପୋଲିସ ସୂଚନା ମୁତାବକ ପ୍ରଥମ ପକ୍ଷ ଶମ୍ଭୁ ମୁଣ୍ଡା, ରାମଚନ୍ଦ୍ର ମୁଣ୍ଡା, ଜଗଦିଶ୍‌ ମୁଣ୍ଡା, ବାଳାଇ ମୁଣ୍ଡା, ଘନଶ୍ୟାମ ମୁଣ୍ଡା ଆଦି ୮ ପରିବାର ଧର୍ମ ପରବିର୍ତ୍ତନ କରିଥିଲେ। ଏବେ ପ୍ରତି ରବିବାର ଧର୍ମାନୁଷ୍ଠାନରେ ସାମୂହିକ ପ୍ରାର୍ଥନା, ଗ୍ରାମ ବାହାରୁ ଲୋକ ଆସି ସେଠାରେ ରୁଣ୍ଡ ହେବାକୁ ଗ୍ରାମବାସୀ ବିରୋଧ କରିଆସୁଛନ୍ତି। ଏହାକୁ ନେଇ ଦୁଇ ପକ୍ଷଙ୍କ ମଧ୍ୟରେ ଉତ୍ତେଜନା ଦେଖାଯାଇଥିଲା। ଏ ନେଇ ରିମୂଳି ଫାଣ୍ଡିରେ ଅଭିଯୋଗ ପରେ ଫାଣ୍ଡି ଅଧିକାରୀ ନାଏକ ଆଇନ୍‌ଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କା କରି ଉଭୟ ପକ୍ଷକୁ ଡକାଇ ଆଲୋଚନା କରିବା ପରେ ଏହାର ସମାଧାନ ହୋଇଥିଲା। ଗ୍ରାମବାସୀଙ୍କ ମଧ୍ୟରେ ଅଙ୍ଗନଓ୍ବାଡ଼ି କର୍ମୀ ମୀନା ମହାନ୍ତ, ରମେଶ ମୁଣ୍ଡା, ଗାର୍ଦ୍ଦୀ ମୁଣ୍ଡା, ରାଜେଶ ଦିଗି, ମଙ୍ଗଲ ମୁଣ୍ଡା, ଈଶ୍ୱର ମୁଣ୍ଡା, ଅର୍ଜୁନ ମୁଣ୍ଡା, ଅଙ୍କୁରା ମୁଣ୍ଡା ପ୍ରମୁଖ ଆଲୋଚନାରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?