ପାଞ୍ଜିରେ ପର୍ବପର୍ବାଣିକୁ ନେଇ ବିବାଦ ଘଟଣା: ପାଣ୍ଡୁଲିପି ଦାଖଲ ପାଇଁ ପଞ୍ଜିକାରଙ୍କୁ ମନ୍ଦିର ପ୍ରଶାସନର ଚିଠି

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଚଳିତ ବର୍ଷ ପାଞ୍ଜିରେ ଥିବା ତିଥି ତଥା ପର୍ବପର୍ବାଣିକୁ ନେଇ ବିବାଦ ଦେଖାଦେଇଥିଲା। ଭିନ୍ନ ଭିନ୍ନ ପାଞ୍ଜିରେ ଭିନ୍ନ ଭିନ୍ନ ତିଥିରେ ପର୍ବପର୍ବାଣି ପାଳନ ନେଇ ଦର୍ଶାଯାଇଥିଲା, ଯାହାକୁ ନେଇ ଜନସାଧାରଣ ଦ୍ୱନ୍ଦ୍ୱରେ ପଡ଼ିଥିଲେ। ବିଶେଷକରି କୁମାର ପୂର୍ଣ୍ଣିମା ଓ କାର୍ତ୍ତିକ ଅମାବାସ୍ୟା ପାଳନ ନେଇ ଦ୍ୱନ୍ଦ୍ୱ ଦେଖାଯାଇଥିଲା, ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରି ଘଟଣା ଚଳିତ ବର୍ଷର ନୁହେଁ, କିଛିବର୍ଷ ହେବ ପାଞ୍ଜିରେ ଭିନ୍ନତା ପରିଲକ୍ଷିତ ହେଉଛି। ଯାହାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏପରି ସମସ୍ୟାକୁ ଦୂର କରିବା ପାଇଁ ପଦକ୍ଷେପ ଗ୍ରହଣ କରିଛି। ପ୍ରତ୍ୟେକ ବର୍ଷ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପଞ୍ଜିକାରମାନଙ୍କୁ ଡକାଯିବା ସହ ପାଣ୍ଡୁଲିପି ଦାଖଲ କରିବାକୁ କୁହାଯାଇଥାଏ।

ପଞ୍ଜିକାରମାନେ ସେମାନଙ୍କ ପାଣ୍ଡୁଲିପି ଦାଖଲ କରିବା ପରେ ସମସ୍ତ ପାଣ୍ଡୁଲିପିକୁ ଦେଖାଯିବା ସହ ସଂଶୋଧନ କରାଯାଇଥାଏ। ପଞ୍ଜିକା ସମ୍ପନ୍ବୟ ବୈଠକ କରାଯାଇ ତାରିଖ, ତିଥି ଆଦି ନିର୍ଦ୍ଧାରଣ ହୋଇଥାଏ। କିଛିବର୍ଷ ହେବ କେତେଜଣ ପଞ୍ଜିକାରଙ୍କୁ ଛାଡ଼ିଦେଲେ ଅନେକ ପଞ୍ଜିକାର ସେମାନଙ୍କ ପାଣ୍ଡୁଲିପି ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଦାଖଲ କରୁନାହାନ୍ତି କି ବୈଠକରେ ଯୋଗଦାନ କରୁନାହାନ୍ତି। ଫଳରେ ଅନେକ ସମୟରେ ପାଞ୍ଜିର ପ୍ରକାଶିତ ତଥ୍ୟକୁ ନେଇ ଭିନ୍ନ ଭିନ୍ନ ମତପ୍ରକାଶ ପାଉଛି। ତେଣୁ ଏହାକୁ ଦୂର କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ସମସ୍ତ ପଞ୍ଜିକାରଙ୍କୁ ସେମାନଙ୍କ ପାଣ୍ଡୁଲିପି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ କହିଛନ୍ତି, ଶ୍ରୀମନ୍ଦିରରେ ପାଳିତ ହେଉଥିବା ସମସ୍ତ ପର୍ବପର୍ବାଣିରେ ଯେପରି ସମସ୍ତ ପଞ୍ଜିକାରଙ୍କ ସମାନ ତିଥି ରହିବ ସେଥିପାଇଁ ପ୍ରତିବର୍ଷ ପଞ୍ଜିକା ସମୀକରଣ ବୈଠକ ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ ମଧ୍ୟ ସମସ୍ତ ପଞ୍ଜିକାରଙ୍କୁ ସେମାନଙ୍କ ପାଣ୍ଡୁଲିପି ଦାଖଲ କରିବା ପାଇଁ କୁହାଯାଇଛି। ପଞ୍ଜିକାରମାନେ ସେମାନଙ୍କ ପାଣ୍ଡୁଲିପି ଦାଖଲ କରିବା ପରେ ତର୍ଜମା କରାଯାଇ ବୈଠକ ଅନୁଷ୍ଠିତ ହେବ। ବର୍ତ୍ତମାନ ସୁଦ୍ଧା ୨ ଜଣ ପଞ୍ଜିକାର ସେମାନଙ୍କ ପାଣ୍ଡୁଲିପି ଦାଖଲ କରିଛନ୍ତି। ଅନ୍ୟ ପଞ୍ଜିକାରମାନେ ସେମାନଙ୍କ ପାଣ୍ଡୁଲିପି ଦାଖଲ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ଦ୍ୱିତୀୟଥର ଲାଗି ରିମାଇଣ୍ଡର ପଠାଯାଇଛି। ନିର୍ଦ୍ଦିଷ୍ଟ ତାରିଖ ମଧ୍ୟରେ ଦାଖଲ କରିବା ନେଇ ଡେଡ୍‌ଲାଇନ ଦିଆଯିବ। ତେବେ ଶ୍ରୀମନ୍ଦିରରେ ପାଳନ କରାଯାଉଥିବା ପର୍ବପବାଣି ଯେପରି ଗୋଟିଏ ଦିନରେ ସମସ୍ତ ପଞ୍ଜିକାରମାନେ ଛାପିବେ ସେ ନେଇ ସେମାନଙ୍କୁ ଅବଗତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?