Posted inଜାତୀୟ

ଗଡକରୀଙ୍କ ଟୁଇଟ ପୋଷ୍ଟକୁ ନେଇ ବିବାଦ, ଯୌତୁକ ପ୍ରଥାକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ଆଣିଲା ଶିବସେନା …

ମୁମ୍ବାଇ, ୧୨।୯ : କାରରେ ଥିବା ୬ ଟି ଏୟାରବ୍ୟାଗ ଉପରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ପୋଷ୍ଟକୁ ବିବାଦ ସୃଷ୍ଟି ହୋଇଛି। ସେ ସଡକ ସୁରକ୍ଷା ଅଭିଯାନ ସହ ଜଡିତ ଏକ ଭିଡିଓ ଶେୟାର କରିଥିଲେ। ଏହା ଯୌତୁକ ପ୍ରଥାକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ଆଣିଛି ଶିବସେନା। ଏହା ବ୍ୟତୀତ ଭିଡିଓରେ ନଜର ଆସିଥିବା ବଲିଉଡ ଅଭିନେତା ଅକ୍ଷୟ କୁମାର ମଧ୍ୟ ରାଜନେତା ତଥା ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଆରୋପର ଶିକାର ହୋଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଗଡକରୀ ଶୁକ୍ରବାର ୬ ଟି ଏୟାରବ୍ୟାଗକୁ ସମର୍ଥନ କରି ଏକ ଭିଡିଓ ଶେୟାର କରିଛନ୍ତି। ସେ ଲେଖିଛନ୍ତି, ୬ଟି ଏୟାରବ୍ୟାଗ ଥିବା ଗାଡିରେ ଯାତ୍ରା କରି ଜୀବନକୁ ସୁରକ୍ଷିତ କରନ୍ତୁ।

ଏହି ଭିଡିଓରେ ଅକ୍ଷୟ କୁମାରଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ବର୍ତ୍ତମାନ ସୋସିଆଲ ମିଡ଼ିଆ ୟୁଜରମାନେ କହିଛନ୍ତି ଯେ ଏହି ଭିଡିଓ ମାଧ୍ୟମରେ ସମାଜରେ ଘୃଣ୍ୟ ଯୌତୁକ ପ୍ରଥାକୁ ପ୍ରୋତ୍ସାହିତ କରାଯାଉଛି। ଯୌତୁକ ନେବା କିମ୍ବା ଦେବା ଭାରତରେ ଏକ ଦଣ୍ଡନୀୟ ଅପରାଧ ହୋଇଥିବା ବେଳେ ଏଭଳି ଭିଡ଼ିଓ ଶେୟାର କରିବା ନିନ୍ଦନୀୟ ବୋଲି ୟୁଜର କହିଛନ୍ତି।

ଏକ ମିନିଟର ଏହି ଭିଡିଓରେ ଝିଅବିଦା ଦୃଶ୍ୟ ଦେଖାଯାଇଛି। ଦେଖାଯାଇଛି ଯେ ବିଦା ବେଳେ ବାପା କାନ୍ଦୁଛନ୍ତି। ଏହି ସମୟରେ ଅକ୍ଷୟ କୁମାର ଆସି ଝିଇ ଏବଂ ଜ୍ବାଇଁଙ୍କ ସୁରକ୍ଷା ବିଷୟରେ ତାଙ୍କୁ ସତର୍କ କରାଇଛନ୍ତି। ସେ କହୁଛନ୍ତି, ଏସି ଗାଡି ମେ ବେଟି କୋ ବିଦା କରୋଗେ ତୋ ରୋନା ଆଏଗା …’ ଏହା ପରେ ବାପା ଗାଡିର ଗୁଣବତ୍ତା ଗଣନା କରୁଛନ୍ତି। କିନ୍ତୁ ଅକ୍ଷୟ କୁମାର ୬ ଟି ଏୟାରବ୍ୟାଗ କଥା ପଚାରୁଛନ୍ତି। ଭିଡିଓ ଶେଷରେ କାରକୁ ପରିବର୍ତ୍ତନ କରାଯାଇଛି ।

ଶିବସେନା ନେତା ପ୍ରିୟଙ୍କା ଚତୁର୍ବେଦୀ କହିଛନ୍ତି ଯେ ଏହା ଏକ ସମସ୍ୟାଯୁକ୍ତ ବିଜ୍ଞାପନ। କିଏ ଏହାକୁ ଅନୁମତି ଦେଇଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ଏହି ବିଜ୍ଞାପନ ମାଧ୍ୟମରେ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ଅବା ଯୌତୁକ ପ୍ରଥାକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଟଙ୍କା ଖର୍ଚ୍ଚ କରୁଛନ୍ତି ? ସେହିପରି ତୃଣମୂଳ କଂଗ୍ରେସର ଜାତୀୟ ମୁଖପାତ୍ର ସାକେତ ଗୋଖଲେ କହିଛନ୍ତି ଯେ ଭାରତ ସରକାର ଆନୁଷ୍ଠାନିକ ଭାବେ ଯୌତୁକ ପ୍ରଥାକୁ ପ୍ରୋତ୍ସାହିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri