ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା ପପ୍‌କର୍ନ ଉପରେ ୫ ପ୍ରତିଶତ ଜିଏସ୍‌ଟି ଲାଗୁ ହୋଇଥିବାବେଳେ ବ୍ରାଣ୍ଡେଡ୍‌ ପପ୍‌କର୍ନ ଉପରେ ୧୨%ଏବଂ କାରାମେଲ୍‌ ବା ଶର୍କରାଯୁକ୍ତ ପପ୍‌କର୍ନ ଉପରେ ୧୮% ଜିଏସ୍‌ଟି ଧାର୍ଯ୍ୟ ହୋଇଛି। ସମାଲୋଚକମାନେ ଏହାକୁ ଅତ୍ୟନ୍ତ ଜଟିଳ ବ୍ୟବସ୍ଥା ବୋଲି କହିଥିବାବେଳେ ସାମାଜିକ ଗଣମାଧ୍ୟମରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି।
ପୂର୍ବତନ ଅର୍ଥନୈତିକ ଉପଦେଷ୍ଟାମାନେ ମଧ୍ୟ ଏହାକୁ ନେଇ ଚିନ୍ତା ପ୍ରକଟ କରିଥିବାବେଳେ ସରକାର ଏପର୍ଯ୍ୟନ୍ତ କୌଣସି ସଫେଇ ଦେଇନାହାନ୍ତି। ଚିନି ଓ ମସଲାଯୁକ୍ତ ପପ୍‌କର୍ନ ଉପରେ ଭିନ୍ନ ଟିକସ ବ୍ୟବସ୍ଥାକୁ ନେଇ ବିରୋଧୀ ଦଳଗୁଡ଼ିକ କଡ଼ା ସମାଲୋଚନା କରିଥିବାବେଳେ ସୋସିଆଲ ମିଡିଆରେ ଉତ୍ତେଜନା ପ୍ରକାଶ ପାଇଛି। ୨୦୧୭ରେ ଲାଗୁ ହୋଇଥିବା ଦ୍ରବ୍ୟ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାକୁ ନେଇ ୨ ଜଣ ପୂର୍ବତନ ଅର୍ଥନୈତିକ ଉପଦେଷ୍ଟା ପ୍ରଶ୍ନ ଉଠାଇଛନ୍ତି।
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଗତ ଶନିବାର ଜିଏସ୍‌ଟି କାଉନସିଲ୍‌ ବୈଠକ ବସି ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଟିକସ ବ୍ୟବସ୍ଥା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଲୁଣ ଏବଂ ମସଲାଯୁକ୍ତ ଅଣବ୍ରାଣ୍ଡେଡ୍‌ ପପ୍‌କର୍ନ ଉପରେ ୫ ପ୍ରତିଶତ ଜିଏସ୍‌ଟି ଲାଗୁ ହୋଇଥିବାବେଳେ ପୂର୍ବରୁ ପ୍ୟାକ୍‌ ହୋଇଥିବା ବ୍ରାଣ୍ଡେଡ୍‌ ପପ୍‌କର୍ନ ଉପରେ ୧୨ ପ୍ରତିଶତ ଏବଂ କାରାମେଲ୍‌ ପପ୍‌କର୍ନ ଉପରେ ୧୮ ପ୍ରତିଶତ ଜିଏସ୍‌ଟି ଲଗାଯିବାକୁ ଘୋଷଣା କରାଯିବା ସହ ତ୍ୱରିତ୍‌ ଲାଗୁ କରାଯାଇଛି। ଏବେ ବିଭିନ୍ନ ରାଜ୍ୟରେ ପପ୍‌କର୍ନ ଉପରେ ଭିନ୍ନ ଭିନ୍ନ ଟିକସ ଲାଗୁଛି। କାରାମେଲ୍‌ ପପ୍‌କର୍ନ ଉପରେ ୧୮ ପ୍ରତିଶତ ଜିଏସ୍‌ଟିକୁ ନେଇ ସୀତାରାମନ୍‌ କହିଥିଲେ, ଶର୍କରାଯୁକ୍ତ ସାମଗ୍ରୀ ଉପରେ ଭିନ୍ନ ଟିକସ ଲଗାଯାଇଥାଏ।
ଏହି ଘୋଷଣା ପରେ ରବିବାର ସାମାଜିକ ଗଣମାଧ୍ୟମରେ ଝଡ଼ ସୃଷ୍ଟି ହୋଇଛି। ବିରୋଧୀ ରାଜନେତା, ଅର୍ଥନୀତିଜ୍ଞ ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ସମର୍ଥକମାନେ ମଧ୍ୟ ଏଭଳି ଟିକସ ବ୍ୟବସ୍ଥାକୁ ସମାଲୋଚନା କରିଛନ୍ତି। ଜଟିଳତା ଏକ ଅମଲାତନ୍ତ୍ରୀ ଆନନ୍ଦ ହୋଇଥିବାବେଳେ ନାଗରିକଙ୍କ ପାଇଁ ଅତ୍ୟନ୍ତ କଟୁ ଅନୁଭବ ବୋଲି ପୂର୍ବତନ ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି. ସୁବ୍ରମଣ୍ୟନ୍‌ ଏକ୍ସ’ରେ ଲେଖିଛନ୍ତି। ସେ ଏଭଳି ନିଷ୍ପତ୍ତିର ବାସ୍ତବତାକୁ ନେଇ ପ୍ରଶ୍ନ କରିଛନ୍ତି। ଅନ୍ୟତମ ପୂର୍ବତନ ଅର୍ଥନୈତିକ ପରାମର୍ଶଦାତା ଅରବିନ୍ଦ ସୁବ୍ରମଣ୍ୟନ୍‌ କହିଛନ୍ତି, ସରଳତା ଦିଗରେ ନ ଯାଏ, ଆମେ ଅଧିକ ଜଟିଳତା ଦିଗକୁ ଢଳୁଛେ। ଏଭଳି ବ୍ୟବସ୍ଥା କାର୍ଯ୍ୟକାରୀ କରିବା କଷ୍ଟସାଧ୍ୟ ଏବଂ ଅବାସ୍ତବ ବୋଲି ସେ କହିଛନ୍ତି। ଜିଏସ୍‌ଟି ଅଧୀନରେ ପପ୍‌କର୍ନ ଉପରେ ୩ ପ୍ରକାର ଟିକସ ସ୍ଲାବ୍‌ ମୂର୍ଖତା, ଯାହା ଟିକସ ବ୍ୟବସ୍ଥାରେ ବଢ଼ୁଥିବା ଜଟିଳତାକୁ ପଦାରେ ପକାଇଛି ବୋଲି କଂଗ୍ରେସ ନେତା ଜୟରାମ ରମେଶ କହିଛନ୍ତି। ପୂର୍ବରୁ ମଧ୍ୟ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଜିଏସ୍‌ଟି ହାରକୁ ନେଇ ବିବାଦ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri