Posted inଜାତୀୟ

କାଜିରଙ୍ଗାରେ ରାତିରେ ବୁଲିବା ନେଇ ବିବାଦ, ପ୍ରଶ୍ନ ଘେରରେ ମୁଖ୍ୟମନ୍ତ୍ରୀ-ସଦ୍‌ଗୁରୁ…

ଗୁଆହାଟୀ, ୨୬।୯ : ରାତିରେ ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନରେ ଜିପ ଯାତ୍ରା ନେଇ ବିବାଦ ଉପୁଜିଛି। ଏନେଇ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏବଂ ସଦ୍‌ଗୁରୁ ପ୍ରଶ୍ନ ଘେରରେ ରହିଛନ୍ତି। ବନ୍ୟପ୍ରାଣୀ ସୁରକ୍ଷା ଆଇନ ଉଲ୍ଲଂଘନ କରି ସେମାନଙ୍କ ବିରୋଧରେ ପୋଲିସର ଅଭିଯୋଗ ହୋଇଛି। ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ଗୋଲାଘାଟ ଜିଲାର ବୋକାଖାଟ ପୋଲିସ ଷ୍ଟେଶନରେ ଜାତୀୟ ଉଦ୍ୟାନ କଡ଼ରେ ଅବସ୍ଥିତ ଗାଁର ବାସିନ୍ଦାମାନେ ରାତି ଅନ୍ଧାରରେ ଜିପ ସଫାରି ନେଇ ଅଭିଯୋଗ କରିଛନ୍ତି।

ଏହି ଅଭିଯୋଗ ଉପରେ ପ୍ରତିକ୍ରିୟା ଦେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ କହିଛନ୍ତି ଯେ କୌଣସି ଆଇନର ଉଲ୍ଲଂଘନ ହୋଇନାହିଁ। ଏପରି କୌଣସି ନିୟମ ନାହିଁ ଯେ ଲୋକମାନେ ରାତିରେ ଯାଇପାରିବେ ନାହିଁ। ଯଦି ବନ୍ୟଜନ୍ତୁ ୱାର୍ଡେନ ଅନୁମତି ଦିଅନ୍ତି ତେବେ ରାତି ୨ ଟାରେ ପାର୍କରେ ପ୍ରବେଶ ମଧ୍ୟ କରାଯାଇପାରିବ।

ପୋଲିସ ଅଧିକାରୀ କହିଛନ୍ତି, ଆମେ ଏହି ଘଟଣାର ତଦନ୍ତ ଆରମ୍ଭ କରିଛୁ। ଯେହେତୁ କେଏନପି ଜଙ୍ଗଲ ବିଭାଗ ଅଧୀନରେ ଆସୁଛି, ଆମେ ପାର୍କର ଡିଭିଜନାଲ ବନ ଅଧିକାରୀଙ୍କ ଠାରୁ ଅଭିଯୋଗର ସ୍ଥିତି ସମ୍ପର୍କରେ ଏକ ରିପୋର୍ଟ ମାଗିଛୁ। ଲୋକମାନଙ୍କର ଅଭିଯୋଗ କରିବାର ଅଧିକାର ଅଛି ଏବଂ ସେହି ଆଧାରରେ ଅନୁସନ୍ଧାନ କରାଯିବ।

ସନ୍ଧ୍ୟା ପରେ ଜିପ ସଫାରିସ ଅଭିଯୋଗ ସମ୍ପର୍କରେ ଅଧିକାରୀ କହିଛନ୍ତି ଯେ ଏହା ଏକ ସରକାରୀ ଘଟଣା ଥିଲା ଏବଂ ବେଳେବେଳେ ଏଭଳି ଘଟଣା କିଛି ସମୟ ପାଇଁ ଚାଲିଥାଏ। ତେଣୁ, ମୁଁ ଭାବୁନାହିଁ ଯେ ଆମେ ଏହାକୁ ଆଇନର ଉଲ୍ଲଂଘନ ବୋଲି କହିପାରିବା ।

ଜାତୀୟ ଉଦ୍ୟାନ ନିକଟରେ ଥିବା ମୋରେଙ୍ଗିଆଲ ଏବଂ ବାଲିଜାନ ଗାଁର ବାସିନ୍ଦା ସୋନେଶ୍ୱର ନାରା ଓ ପ୍ରବୀଣ ପେଗୁ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ସନ୍ଧ୍ୟା ପରେ ହେଡଲାଇଟ ସହିତ ଜିପ ସଫାରି କରିବା ବନ୍ୟଜନ୍ତୁ ସୁରକ୍ଷା ଆଇନ, ୧୯୭୨ ର ଉଲ୍ଲଂଘନ । ଜିପ ସଫାରିରେ ଅଂଶଗ୍ରହଣ କରିଥିବା ସଦଗୁରୁ ଜଗଦୀଶ ଜଗି ବାସୁଦେବ, ମୁଖ୍ୟମନ୍ତ୍ରୀ ହିମନ୍ତ, ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜୟନ୍ତ ମଳ୍ଲା ବ୍‌ରୁଆ ଏବଂ ଅନ୍ୟମାନଙ୍କୁ ତୁରନ୍ତ ଗିରଫ କରିବାକୁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?