Posted inଜାତୀୟ

‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ ୨ଗିରଫ

ବେଙ୍ଗାଲୁରୁ,୨୨।୯: ‘ପେ ସିଏମ୍‌ ପୋଷ୍ଟର’ ବିବାଦ ମାମଲାରେ କନର୍ର୍ାଟକ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଏହି ପୋଷ୍ଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ ଶାସକ ଦଳ ଭାଜପାକୁ ଟାର୍ଗେଟ କରାଯାଇଥିଲା। ତେବେ ଗିରଫ ହୋଇଥିବା ଉଭୟ ବ୍ୟକ୍ତି କର୍ନାଟକ ପ୍ରଦେଶ କଂଗ୍ରେସ କମିଟି(କେପିସିସି)ର ସୋସିଆଲ ମିଡିଆ ୱିଙ୍ଗ ସହ ଜଡିତ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି। ସେମାନେ ହେଲେ କେପିସିସି ସୋସିଆଲ ମିଡିଆର ପୂର୍ବତନ ଅଧ୍ୟକ୍ଷ ବି.ଆର ନାଇଡୁ ଓ ବେଙ୍ଗାଲୁରୁର କେ.ଦେବନ୍ଦଦ୍ରାର ବାସିନ୍ଦା ଗଗନ ଯାଦବ। ସୂଚନାଯୋଗ୍ୟ, ବୁଧବାର ବେଙ୍ଗାଲୁରୁର ଅନେକ ସ୍ଥାନରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇଙ୍କ ଫଟୋ ଉପରେ ‘ପେ ସିଏମ୍‌’ ଲେଖାଥିବା ପୋଷ୍ଟର ଲଗାଯାଇଥିଲା। ବେଙ୍ଗାଲୁରୁ ରାସ୍ତାରେ ବୋମ୍ମାଇଙ୍କ କ୍ୟୁଆର୍‌ କୋଡ ସହିତ ‘ପେ ସିଏମ’ର ପୋଷ୍ଟର ଲଗାଯାଇଥିଲା। ଯଦି କେହି ପୋଷ୍ଟରରେ ଥିବା କ୍ୟୁଆର୍‌ କୋଡକୁ ସ୍କାନ କରନ୍ତି, ତେବେ ଏକ ୱେବସାଇଟ ଖୋଲିଯିବ। କଂଗ୍ରେସ ଅନୁଯାୟୀ, ଲୋକମାନେ ଏହି ୱେବସାଇଟରେ ଦୁର୍ନୀତି ବିରୋଧରେ ଅଭିଯୋଗ ପଞ୍ଜିକରଣ କରିପାରିବେ। ଏଥିରେ ମୁଖ୍ୟମନ୍ତ୍ରୀ କ୍ରୋଧିତ ହୋଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ବୋମ୍ମାଇଙ୍କ ନିର୍ଦ୍ଦେଶ ଅନୁଯାୟୀ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିବା ସହ ଗୁରୁବାର ୨ଅଭିଯୁକ୍ତକୁ ଗିରଫ କରିଛି। ପବ୍ଲିକ ପୋଷ୍ଟ ଡିଫିଗୁରିମେଣ୍ଟ ଆକ୍ଟ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି ବୋଲି ବେଙ୍ଗାଲୁରୁ ପୋଲିସ କମିଶନର ପ୍ରତାପ ରେଡ୍ଡି କହିଛନ୍ତି। ଏଥିସହ ବେଙ୍ଗାଲୁରୁର କାନ୍ଥ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକରୁ ପୋଷ୍ଟର ହଟାଇବାକୁ ଅଧିକାରୀମାନେ ବିବିଏମ୍‌ପି କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ପୋଷ୍ଟରକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ମୋର ପ୍ରତିଛବି ବିଷୟରେ ନୁହେଁ, ସେମାନେ ରାଜ୍ୟର ଭାବମୂର୍ତ୍ତିକୁ ଖରାପ କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌ ବୋଲି ବୋମ୍ମାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri