ଜଳୁନି ଚୁଲି, ମିଳୁନି ମଧ୍ୟାହ୍ନଭୋଜନ

ମହାକାଳପଡ଼ା,୧୪ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ କଂସାର ବଡ଼ଦାଣ୍ଡୁଆ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତିକୁ ନେଇ ବିବାଦ ଦେଖାଦେଇଛି। ଫଳରେ ବିଦ୍ୟାଳୟରେ ରୋଷେଇ ହେଉ ନ ଥିବାରୁ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ମିଳୁନାହିଁ। ସ୍ଥାନୀୟ ବଡ଼ଦାଣ୍ଡୁଆସ୍ଥିତ ମା’ ତାରିଣୀ ସ୍ବୟଂ ସହାୟକ ମହିଳା ଗୋଷ୍ଠୀ ଓ ପ୍ରଧାନ ଶିକ୍ଷକଙ୍କ ମଧ୍ୟରେ ବିବାଦ ଯୋଗୁ ସପ୍ତାହେ ହେଲା ମଧ୍ୟାହ୍ନଭୋଜନ ରୋଷେଇ ବନ୍ଦ ରହିଛି। ଫଳରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୪୪ ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନରୁ ବଞ୍ଚତ୍ତ ହେଉଛନ୍ତି ବୋଲି ସ୍ଥାନୀୟ ଅଭିଭାବକ ଅଭିଯୋଗ କରିଛନ୍ତି। ଏମାନେ ବ୍ଲକ ଶିକ୍ଷାଧିକାରୀ ତନ୍ମୟ କୁମାର ବେହେରାଙ୍କୁ ମଧ୍ୟାହ୍ନଭୋଜନ ବନ୍ଦ ହେବା ନେଇ ଅଭିଯୋଗ କରିଥିଲେ ମଧ୍ୟ ଅଦ୍ୟାବଧି ବିବାଦ ଲାଗି ରହିଛି।
ଏହି ବିଦ୍ୟାଳୟର ମଧ୍ୟାହ୍ନଭୋଜନ ପ୍ରସ୍ତୁତି ଦାୟିତ୍ୱ ନେଇଥିବା ମା’ ତାରିଣୀ ସ୍ବୟଂ ସହାୟକ ମହିଳା ଗୋଷ୍ଠୀମାନଙ୍କ ପକ୍ଷରୁ ମଧ୍ୟାହ୍ନଭୋଜନ ନିମ୍ନମାନର ବୋଲି ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ୭ଦିନ ବିତି ଯାଇଥିଲେ ମଧ୍ୟ ଅଦ୍ୟାବଧି ବ୍ଲକ ଶିକ୍ଷା କାର୍ଯ୍ୟାଳୟ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ସାଧାରଣରେ ଲୋକମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଂଗ୍ରାମ କେଶରୀ ରାଉତରାୟଙ୍କୁ ପଚାରିବାରେ ନିମ୍ନ ମାନର ଖାଦ୍ୟ ପ୍ରସ୍ତୁତ ହେଉଥିବାରୁ ଛାତ୍ରୀଛାତ୍ର ଖାଉ ନ ଥିବା କହିଛନ୍ତି। ଏହି ସମସ୍ୟା ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରିଛୁ। ଉପର ଅଧିକାରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଯାହା କିଛି ପଦକ୍ଷେପ ନିଆଯିବ ବୋଲି ପ୍ରଧାନ ଶିକ୍ଷକ ରାଉତରାୟ କହିଛନ୍ତି। ଅପରପକ୍ଷରେ ବ୍ଲକ ଶିକ୍ଷା ଅଧିକାରୀ ବେହେରାଙ୍କୁ ପଚାରିବାରେ ଉକ୍ତ ବିଦ୍ୟାଳୟର ସମସ୍ୟା ସମାଧାନ ପାଇଁ ବିଡିଓ ଦେବାଶିଷ ରାଉତଙ୍କ ସହ ପରାମର୍ଶ କରାଯାଇଛି। ଉକ୍ତ ବିଦ୍ୟାଳୟର ବିବାଦ ସମାଧାନ ସହ ମଧ୍ୟାହ୍ନଭୋଜନ ପ୍ରସ୍ତୁତି ପାଇଁ ଏକ ଯାଞ୍ଚ କମିଟି ଗଠନ କରାଯିବ ବୋଲି କହିଛନ୍ତି। ଉକ୍ତ ଯାଞ୍ଚ କମିଟି ମାଧ୍ୟମରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri