ଅଙ୍ଗନଓ୍ବାଡି ସହାୟିକା ନିଯୁକ୍ତି ନେଇ ବିବାଦ

ଗୋପ,୬।୧(ଡି.ଏନ୍‌.ଏ.): ଗୋପ ବ୍ଲକ ଅଞ୍ଚଳରେ ୪ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ସହାୟିକା ନିଯୁକ୍ତି ନେଇ ବିବାଦ ଦେଖାଦେଇଥିଲା। ଏହାକୁ ନେଇ କେତେଜଣ ବିରୋଧୀ କେତୋଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି। ଫଳରେ ଶିଶୁମାନେ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆସି ଫେରୁଥିବା ଅଭିଯୋଗ ରହିଛି। ପ୍ରକାଶ ଯେ, ଗୋପ ବ୍ଲକ ଅନ୍ତର୍ଗତ ବଡ଼ତରା ପଞ୍ଚାୟତର ମଲ୍ଲ ଗ୍ରାମ କେନ୍ଦ୍ର, ବେଦପୁରର ବାଲିସାହି, ଅଣ୍ତରା-ଇଚ୍ଛାପୁରର ଦିହୁଡା ଓ ବଣହରାର ବଣହରା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ସହାୟିକା ନିଯୁକ୍ତି ଲାଗି ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ନିଯୁକ୍ତି ପାଇଁ ସରକାରୀ ନିୟମ ଅନୁସାରେ ବିଭାଗୀୟ ଅଧିକାରୀମାନେ ଗାଁରେ ପହଞ୍ଚତ୍ ଭୋଟ ମାଧ୍ୟମରେ ନିଯୁକ୍ତି କରିବା ପରେ ବିବାଦ ଆରମ୍ଭ ହୋଇଥିଲା। ଏହାକୁ ନେଇ କେତେଜଣ ବିରୋଧୀ ଏହା ଠିକ୍‌ ଭାବେ ନିଯୁକ୍ତ ପ୍ରକ୍ରିୟା ହୋଇ ନ ଥିବା କହି ବାଲିସାହି ଅଙ୍ଗନଓ୍ବାଡ଼ି, ଦିହୁଡା ଅଙ୍ଗନବାଡ଼ି କେନ୍ଦ୍ରରେ ତାଲା ପକାଇଥିବାବେଳେ ପରେ ଆଉ ୨ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ମଧ୍ୟ ତାଲା ପକାଇଥିଲେ। ଏ ନେଇ ସିଡିପିଓ ତନୁ ପ୍ରଭା ବେଉରାଙ୍କୁ ପଚାରିବାରେ ସରକାରୀ ନିୟମ ଅନୁସାରେ ସହାୟିକା ନିଯୁକ୍ତି ଦିଆଯାଇଛି। କେନ୍ଦ୍ରରେ ତାଲା ପଡ଼ିବା କଥାରେ ବ୍ୟକ୍ତିଗତ କାମ ଯୋଗୁ ଛୁଟିରେ ଅଛି। ଅଙ୍ଗନଓ୍ବାଡ଼ି କର୍ମୀମାନଙ୍କୁ ଥାନାରେ ଅଭିଯୋଗ ଦେବା ପାଇଁ ନିର୍ଦ୍ଦେଶ ଦେଇଛି। ଏଥିସହ ଘଟଣା ସମ୍ପର୍କରେ ଉପଜିଲାପାଳଙ୍କୁ ମଧ୍ୟ ଜଣାଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri