Posted inଜାତୀୟ

ସୂର୍ଯ୍ୟ ନମସ୍କାର ନେଇ ବିବାଦ…

ନୂଆଦିଲ୍ଲୀ, ୪।୧ : ଦେଶରେ ସ୍ବାଧୀନତା ଦିବସର ୭୫ ତମ ବାର୍ଷିକୀ ପାଳନ ଅବସରରେ ବିଭିନ୍ନ ବିଦ୍ୟାଳୟରେ ସୂର୍ଯ୍ୟ ନମସ୍କାର କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଭାରତ ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ଜାନୁୟାରୀ ୧ରୁ ୭ ଜାନୁୟାରୀ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ତେବେ ଏହାକୁ ଅଲ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡ ଏହି ନିର୍ଦ୍ଦେଶନାମାକୁ ବିରୋଧ କରିଛି। ମପର୍ସନାଲ ଲ ବୋର୍ଡର ସାଧାରଣ ସମ୍ପାଦକ ମୌଲାନା ଖାଲିଦ ସୈଫୁଲ୍ଲା ରହମାନି ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର।

ଭାରତୀୟ ସମ୍ବିଧାନ ପ୍ରତି ନାଗରିକଙ୍କୁ ନିଜ ନିଜ ଧର୍ମ ଅନୁସାରେ ପୂଜା ପଦ୍ଧତି ଅବା ପ୍ରାର୍ଥନା କରିବାର ଅଧିକାର ପ୍ରଦାନ କରିଛି। ଏପରିସ୍ଥଳେ ବାଧ୍ୟତାମୂଳକ ଭାବେ କାହା ଉପରେ କୌଣସି ପଦ୍ଧତି ଗ୍ରହଣ କରିବାକୁ କୁହା ଯାଇ ପାରିବ ନାହିଁ।
ସମ୍ବିଧାନର ଧର୍ମନିରପେକ୍ଷ ମୂଲ୍ୟବୋଧକୁ ସମ୍ମାନ ଜଣାଇ ସରକାର ଏଭଳି ନିର୍ଦ୍ଦେଶ ପ୍ରତ୍ୟାହାର କରିବା ଉଚିତ। ଯଦି ସରକାର ପ୍ରକୃତ ଦେଶ ପ୍ରତି ପ୍ରେମ ବ୍ୟକ୍ତ କରିବା ଲାଗି ସରକାର ଦେଶର ପ୍ରକୃତ ସମସ୍ୟା ଉପରେ ଧ୍ୟାନ ଦେବା ଆବଶ୍ୟକ ବୋଲି ସେ କହିଛନ୍ତି।

ସେ କହିଛନ୍ତି, ସବୁ ଧର୍ମର ପିଲାମାନେ ବିଦ୍ୟାଳୟରେ ଅଧ୍ୟୟନ କରନ୍ତି। ତେଣୁ ବିଦ୍ୟାଳୟରେ ଏଭଳି କରିବାକୁ ଅନୁମତି ଦିଆଯିବା ଠିକ୍‌ ନୁହେଁ। ସ୍ବାଧୀନତା ଦିବସର ବାର୍ଷିକୀ ପାଳନ ଅବସରରେ ସରକାର ବିଦ୍ୟାଳୟରେ ଦେଶପ୍ରେମ ସହ ଜଡିତ ଗୀତ ଏବଂ ସଙ୍ଗୀତର କାର୍ଯ୍ୟକ୍ରମ ଆୟୋଜନ କରିବା ଉଚିତ। ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ସବୁବେଳେ କାର୍ଯ୍ୟକ୍ରମ ଏବଂ ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

ତେବେ ସୂର୍ଯ୍ୟ ନମସ୍କାର ଯୋଗର ଏକ ଅଂଶ ବିଶେଷ। ଯାହାକି ଶରୀର ରକ୍ଷା ଲାଗି ଅପରିହାର୍ଯ୍ୟ ବୋଲି ବହୁ ବରିଷ୍ଠ ନାଗରିକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri