ମନ୍ଦିର ପରିଚାଳନା କମିଟିକୁ ନେଇ ବିବାଦ

ଆନନ୍ଦପୁର,୫ା୪(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଫକୀରପୁରଠାରେ ଥିବା ବାଲୁଙ୍କେଶ୍ୱର ମନ୍ଦିରର ନୂତନ ପରିଚାଳନା କମିଟିକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଦୀର୍ଘ ୨୦ ବର୍ଷ ପରେ ଗଠିତ ହୋଇଥିବା କମିଟିକୁ ଚଞ୍ଚକତାପୂର୍ଣ୍ଣ ଭାବେ କରାଯାଇଥିବା ଅଭିଯୋଗ ହୋଇଛି। ୪ ଓ୍ବାର୍ଡ ବିଶିଷ୍ଟ ଫକୀରପୁର ଗ୍ରାମରୁ କେବଳ ଗୋଟିଏ ଓ୍ବାର୍ଡ ତଥା ୧୧ ନଂରୁ ଲୋକଙ୍କୁ ପରିଚାଳନା କମିଟିର ସଦସ୍ୟ ଭାବେ ଚୟନ କରାଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇବା ସହିତ ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଗ୍ରାମବାସୀଙ୍କ ପକ୍ଷରୁ ବୁଧବାର ଅଭିଯୋଗ ପତ୍ର ପ୍ରଦାନ କରାଯାଇଛି। ବାଲୁଙ୍କେଶ୍ୱର ମନ୍ଦିରରେ ଦୀର୍ଘ ୨୦ବର୍ଷରୁ ଊର୍ଦ୍ଧ୍ୱ  ହେବ ପରିଚାଳନା କମିଟି ଗଠନ ହୋଇପାରିନାହିଁ। ଏ ସମ୍ପର୍କରେ ପୂର୍ବରୁ ଜିଲାପାଳଙ୍କ କାର୍ଯ୍ୟାଳୟରେ ବହୁବାର ଅଭିଯୋଗ କରିବା ସହିତ କୋଠ ତହସିଲଦାରଙ୍କୁ ମଧ୍ୟ ଜଣାଇଥିବା କହିଛନ୍ତି ଗ୍ରାମବାସୀ। ନିକଟରେ ମନ୍ଦିର ପରିଚାଳନା କମିଟି ଗଠନ ହୋଇଥିବା ସମ୍ପର୍କରେ ଗ୍ରାମବାସୀଙ୍କୁ ସୂଚନା ଦିଆଯାଇ ନ ଥିବା ସହିତ କେବଳ ଗୋଟିଏ ଓ୍ବାର୍ଡ ୧୧କୁ ନେଇ କମିଟି ଗଠନ ହୋଇଥିବା ଗ୍ରାମର ନରେନ୍ଦ୍ର ପଣ୍ଡା, ଶ୍ରୀଧର ମଳିକ, ବିଜୁ ସାହୁ, ମହେଶ୍ୱର ମହାନ୍ତି ପ୍ରମୁଖ ଅଭିଯୋଗ କରିଛନ୍ତି। ଏପରିକି ସମ୍ପୃକ୍ତ କମିଟିକୁ ଭଙ୍ଗାଯାଇ ସମସ୍ତ ଗ୍ରାମବାସୀଙ୍କ ଉପସ୍ଥିତରେ ନୂତନ କମିଟି ଗଠନ ହେଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri