ବସ୍ତିରେ ଟଙ୍କା ବଣ୍ଟାକୁ ନେଇ ଉତ୍ତେଜନା

କଟକ,୨୩ା୫(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ ୬ ନମ୍ବର ଓ୍ବାର୍ଡ ଅଧୀନ ଇମାମନଗର ବସ୍ତିରେ ଭୋଟ ପାଇଁ ଟଙ୍କା ବଣ୍ଟାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ସମ୍ପୃକ୍ତ ଅଞ୍ଚଳର ଅଙ୍ଗନବାଡ଼ି ଦିଦି ଟଙ୍କା ବାଣ୍ଟୁଥିବା କେତେକ ଲୋକେ ଅଭିଯୋଗ କରିଛନ୍ତି।
ଖବର ପାଇବା ପରେ ପୋଲିସ ବସ୍ତିରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଛି। ତେବେ ପୋଲିସ ୪ଜଣ ମହିଳାଙ୍କୁ ଥାନାକୁ ଆଣି ପଚରାଉଚୁରା କରୁଥିବା ମର୍କତନଗର ଥାନା ଆଇଆଇସି କମଳାକାନ୍ତ ଦାସ କହିଛନ୍ତି।
ସୂଚନା ଅନୁସାରେ, ସ୍ଥାନୀୟ ଅଙ୍ଗନବାଡ଼ି ଦିଦିଙ୍କୁ କେତେକ ଲୋକ ଭୋଟ ପାଇଁ ଟଙ୍କା ମାଗିଥିଲେ। ଲୋକଙ୍କ କହିବା ମୁତାବକ, ଅଙ୍ଗନବାଡ଼ି ଦିଦି ସକାଳେ କୁଆଡେ କେତେକ ଲୋକଙ୍କୁ ଟଙ୍କା ବାଣ୍ଟିଥିଲେ। ହେଲେ ସେମାନଙ୍କୁ ଟଙ୍କା ଦେଇ ନ ଥିଲେ। ତେଣୁ ତାଙ୍କୁ ମଧ୍ୟ ଟଙ୍କା ଦିଅ ବୋଲି ସେମାନେ କହିଥିଲେ। ଏହି କଥାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟିରୁ ଠେଲାପେଲା ହୋଇଥିଲା। ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ହେଲେ ଅଙ୍ଗନବାଡ଼ି ଦିଦି ଏହାକୁ ଖଣ୍ଡନ କରି କାହାରିକୁ ଟଙ୍କା ବାଣ୍ଟି ନ ଥିବା ପୋଲିସ ନିକଟରେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri