ମିନି ଷ୍ଟାଡିୟମର ନାମକରଣକୁ ନେଇ ତେଜିଲା ବିବାଦ

ମୋରଡା,୧୧।୮(ସ୍ମାରକ ମାଜୀ): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଶନିବାର ମୟୂରଭଞ୍ଜ ଜିଲା ମୋରଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ବ୍ଲକର ଚିତ୍ରଡ଼ାସ୍ଥିତ ପାଟପୁର ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ହେଲେ ମିନି ଷ୍ଟାଡିୟମର ନାମକରଣକୁ ବିରୋଧ କରିଛନ୍ତି ଗ୍ରାମବାସୀ l

ମିଳିଥିବା ସୂଚନା ଅନୁଯାୟୀ, ସରକାରୀ କାର୍ଯ୍ୟକ୍ରମ ନୋଟିସରେ ଉକ୍ତ ଷ୍ଟାଡିୟମର ନାମ ପାଟପୁର ମିନି ଷ୍ଟାଡ଼ିୟମ ବଦଳରେ ଏସ୍‌ଏସ୍‌ବି ଇଞ୍ଜିନିୟରିଂ କଲେଜ ଖେଳପଡ଼ିଆ ଲେଖାଯାଇଛି। ଯାହାକୁ ପାଟପୁର ଗ୍ରାମବାସୀ ବିରୋଧ କରିଛନ୍ତି l କେଉଁ ଉଦ୍ଦେଶ୍ୟରେ ଏଭଳି ନାମକରଣ କରାଗଲା ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି ।

ଦୀର୍ଘ ବର୍ଷ ଧରି ପଡ଼ିଆର ନାମ ପାଟପୁର ଖେଳପଡ଼ିଆ ଥିବାବେଳେ ଏପରି ଘଟଣା ଗ୍ରାମବାସୀଙ୍କ ସ୍ବାଭିମାନକୁ ଆଘାତ ଦେଇଛି ବୋଲି ଗ୍ରାମର ବୀରେନ୍ଦ୍ର କୁମାର ଦାଶ, ମୀନକେତନ ବେହେରା, ମଧୁସୂଦନ ରାଉଳ, ସୁରୋଚନା ମାରାଣ୍ଡି, ସାରାଣୀ ପଳାଇ, ସଞ୍ଜୟ ବେହେରା, ପ୍ରଦ୍ୟୁମ୍ନ ରଣା, ମଞ୍ଜୁଲତା ବେହେରା ପ୍ରମୁଖ କହିଛନ୍ତି। ତେବେ କାର୍ଯ୍ୟକ୍ରମକୁ ଗ୍ରାମବାସୀ ସ୍ବାଗତ କରିଛନ୍ତି। ହେଲେ ନାମକରଣକୁ ସଂଶୋଧନ କରା ନ ଗଲେ ଏହାର ପ୍ରତିବାଦ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି l
ଏନେଇ ବ୍ଲକ ବିଜେଡି ସଭାପତି ଜୟପ୍ରକାଶ ରାଉଳ କହିଛନ୍ତି, ଏହି ବାବଦରେ ସେ ଆଗରୁ ଅବଗତ ନ ଥିଲେ, ଗ୍ରାମବାସୀ କହିବାରୁ ଜାଣିବାକୁ ପାଇଲେ। ଏହାର ସଂଶୋଧନ କରିବା ପାଇଁ ବ୍ୟବସ୍ଥା କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri