Posted inଜାତୀୟ

ଧର୍ମାନ୍ତରୀକରଣ ମାମଲା: ୮୬ ଅଭିଯୁକ୍ତଙ୍କ ମଧ୍ୟରେ ୭୯ ମୁସଲମାନ

ଲକ୍ଷ୍ନୌ,୯।୧: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଧର୍ମାନ୍ତରୀକରଣ ଅଧ୍ୟାଦେଶ ଅନ୍ତର୍ଗତ ୧୬ଟି ମାମଲାରେ ୮୬ ଅଭିଯୁକ୍ତଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ଅଭିଯୁକ୍ତଙ୍କ ମଧ୍ୟରେ ୭୯ ଜଣ ମୁସଲମାନ ରହିଛନ୍ତି। ଏହି ମାମଲାରେ ୫୪ ଜଣଙ୍କୁ ଗିରଫ କରାଯାଇଛି। ଏସବୁ ମାମଲା ମଧ୍ୟରୁ ୨ଟିରେ ନାବାଳିକାଙ୍କ ଧର୍ମାନ୍ତରୀକରଣ ଅଭିଯୋଗ ହୋଇଛି। ସେହିପରି ୨ଟି ମାମଲାରେ ଅଣ-ମୁସଲମାନ ଜଡ଼ିତ ରହିଛନ୍ତି। ଏହି ୨ ମାମଲାରେ ୭ ଜଣଙ୍କ ବିରୋଧରେ ଅଭିଯୋଗ ହୋଇଛି। ରାଜ୍ୟର ୧୪ଟି ଜିଲାରେ ଏଭଳି ଘଟଣା ଘଟିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଧର୍ମାନ୍ତରୀକରଣ ଅଧ୍ୟାଦେଶ କୌଣସି ଏକ ନିଦ୍ଦିଷ୍ଟ ସମ୍ପ୍ରଦାୟକୁ ଟାର୍ଗେଟ କରୁ ନ ଥିବା ରାଜ୍ୟ ସରକାର ଆହ୍ଲାବାଦ୍‌ ହାଇକୋର୍ଟ ଖଣ୍ଡପୀଠଙ୍କୁ ସୂଚନା ଦେଇଛନ୍ତି। ଜୋର୍‌ ଜବରଦସ୍ତ କରାଯାଉଥିବା ସମସ୍ତ ଧର୍ମାନ୍ତରୀକରଣ ପାଇଁ ଏହା ଲାଗୁ ହେବ। ଏହା କେବଳ ଅନ୍ତର୍ଧାର୍ମିକ ବିବାହ ଲାଗି ଉଦ୍ଦିଷ୍ଟ ନୁହେଁ ବୋଲି ରାଜ୍ୟ ସରକାର କହିଛନ୍ତି। ସମସ୍ତ ଅଭିଯୁକ୍ତ ମୁସଲମାନମାନେ ପ୍ରଲୋଭନ ଦେଖାଇ ମହିଳାଙ୍କ ଧର୍ମ ପରିବର୍ତ୍ତନ କରିଥିବା ଦାଏର ହୋଇଥିବା ମାମଲାରେ ସୂଚିତ ହୋଇଛି। ଅଭିଯୁକ୍ତମାନେ ଏହା ମିଥ୍ୟା ବୋଲି କହୁଥିବାବେଳେ ରାଜ୍ୟ ସରକାର ଏବଂ ପୋଲିସ ପକ୍ଷରୁ ମାମଲାଗୁଡ଼ିକ ସତ୍ୟ ବୋଲି ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଧର୍ମାନ୍ତରୀକରଣ ମାମଲା ଅନ୍ତର୍ଗତ ଗୁରୁବାର ହାଇକୋର୍ଟ ବିଚାରପତି ଗୋବିନ୍ଦ ମାଥୁରଙ୍କ ନେତୃତ୍ୱରେ ଗଠିତ ହୋଇଥିବା ଖଣ୍ଡପୀଠ ସମ୍ମୁଖରେ ଏସମ୍ପର୍କିତ ସତ୍ୟପାଠ ଦାଖଲ କରାଯାଇଛି। ସୂଚନାଯୋଗ୍ୟ, ଧର୍ମାନ୍ତରୀକରଣ ଅଧ୍ୟାଦେଶ ବିରୋଧରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଖଲ କରାଯାଇଥିଲା। ଏଥିରେ ଉଲ୍ଲେଖ କରାଯାଇଥିଲା ଯେ, ଏହା ଏକାଧିକ ସାମ୍ବିଧାନିକ ଅଧିକାରକୁ ଉଲ୍ଲଂଘନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri