Posted inଜାତୀୟ

ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିଲେ

ଲକ୍ଷ୍ନୌ, ୨୬।୨(ଆଇଏଏନ୍‌ଏସ୍‌):ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି ଜେଲ୍‌ରେ ୨୦ ବର୍ଷ କାଟିସାରିବା ପରେ ସେ ବଳାତ୍କାର ମାମଲାରେ ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିଲେ ବୋଲି ଜଣାପଡ଼ିଛି। ଶେଷରେ ଆଲ୍ଲାହାବାଦ ହାଇକୋର୍ଟ ତାଙ୍କୁ ଦୋଷମୁକ୍ତ କରିଛନ୍ତି। ଲଲିତପୁରର ବିଷ୍ଣୁ ଦିଓ୍ବାରୀ (୪୩)ଙ୍କୁ ଦୁଇ ଦଶନ୍ଧି ତଳେ ବଳାତ୍କାର ଅଭିଯୋଗ ଏବଂ ଏସ୍‌ସି/ଏସ୍‌ଟି ଆଇନରେ ଦୋଷୀସାବ୍ୟସ୍ତ କରାଯାଇ ଆଗ୍ରା ଜେଲ୍‌ ପଠାଇ ଦିଆଯାଇଥିଲା। ଏହି ସମୟ ମଧ୍ୟରେ ତାଙ୍କର ମାଆବାପା ଓ ଦୁଇଭାଇଙ୍କ ମୃତ୍ୟୁ ହୋଇଥିଲେ ମଧ୍ୟ ଶେଷକୃତ୍ୟରେ ଯୋଗଦେବାକୁ ତାଙ୍କୁ ଛଡ଼ାଯାଇ ନ ଥିଲା।
ରିପୋର୍ଟ ଅନୁଯାୟୀ ୨୦୦୦ ସେପ୍ଟେମ୍ବରରେ ଲଲିତପୁର ଜିଲାର ଜଣେ ଦଳିତ ମହିଳା ବିଷ୍ଣୁଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିଲେ। ପୋଲିସ ତାଙ୍କ ବିରୋଧରେ ଆଇପିସିର ଧାରା ୩୭୬, ୫୦୬ ଏବଂ ଏସ୍‌ସି/ଏସ୍‌ଟି ଅତ୍ୟାଚାର ନିରୋଧୀ ଆଇନର ବିଭିନ୍ନ ଧାରାରେ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ତାଙ୍କ ବିରୋଧରେ ରିପୋର୍ଟ ଦେବା ପରେ ସେସନ୍ସ କୋର୍ଟ ତାଙ୍କୁ ଆଜୀବନ ଦଣ୍ଡାଦେଶ ଦେଇଥିଲେ। ଏହି ରାୟ ବିରୋଧରେ ବିଷ୍ଣୁ ୨୦୦୫ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ କୌଣସି କାରଣରୁ ଉକ୍ତ ଆବେଦନକୁ ଡିଫେକ୍ଟିଭ୍‌ ଦର୍ଶାଇ ୧୬ ବର୍ଷ ପକାଇ ରଖାଯାଇଥିଲା। ଶେଷରେ ରାଜ୍ୟ ଆଇନ ସେବା କର୍ତ୍ତୃପକ୍ଷ ଆଇନଜୀବୀ ଶ୍ୱେତା ସିଂ ରାଣାଙ୍କୁ ପ୍ରତିପକ୍ଷ ଓକିଲ ନିଯୁକ୍ତ କରିଥିଲେ। ଅଭିଯୁକ୍ତ ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିବା ଜଷ୍ଟିସ୍‌ କୌଶଳ ଜୟେନ୍ଦ୍ର ଠାକର ଏବଂ ଗୌତମ ଚୌଧରୀଙ୍କୁ ନେଇ ଗଠିତ ହାଇକୋର୍ଟର ଖଣ୍ଡପୀଠ ଅନୁଭବ କରିବା ପରେ ବୁଧବାର ତଳକୋର୍ଟ ରାୟକୁ ଖାରଜ କରିଦେଇ ତାଙ୍କୁ ନିର୍ଦ୍ଦୋଷ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri