Posted inଜାତୀୟ

ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିଲେ

ଲକ୍ଷ୍ନୌ, ୨୬।୨(ଆଇଏଏନ୍‌ଏସ୍‌):ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି ଜେଲ୍‌ରେ ୨୦ ବର୍ଷ କାଟିସାରିବା ପରେ ସେ ବଳାତ୍କାର ମାମଲାରେ ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିଲେ ବୋଲି ଜଣାପଡ଼ିଛି। ଶେଷରେ ଆଲ୍ଲାହାବାଦ ହାଇକୋର୍ଟ ତାଙ୍କୁ ଦୋଷମୁକ୍ତ କରିଛନ୍ତି। ଲଲିତପୁରର ବିଷ୍ଣୁ ଦିଓ୍ବାରୀ (୪୩)ଙ୍କୁ ଦୁଇ ଦଶନ୍ଧି ତଳେ ବଳାତ୍କାର ଅଭିଯୋଗ ଏବଂ ଏସ୍‌ସି/ଏସ୍‌ଟି ଆଇନରେ ଦୋଷୀସାବ୍ୟସ୍ତ କରାଯାଇ ଆଗ୍ରା ଜେଲ୍‌ ପଠାଇ ଦିଆଯାଇଥିଲା। ଏହି ସମୟ ମଧ୍ୟରେ ତାଙ୍କର ମାଆବାପା ଓ ଦୁଇଭାଇଙ୍କ ମୃତ୍ୟୁ ହୋଇଥିଲେ ମଧ୍ୟ ଶେଷକୃତ୍ୟରେ ଯୋଗଦେବାକୁ ତାଙ୍କୁ ଛଡ଼ାଯାଇ ନ ଥିଲା।
ରିପୋର୍ଟ ଅନୁଯାୟୀ ୨୦୦୦ ସେପ୍ଟେମ୍ବରରେ ଲଲିତପୁର ଜିଲାର ଜଣେ ଦଳିତ ମହିଳା ବିଷ୍ଣୁଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିଲେ। ପୋଲିସ ତାଙ୍କ ବିରୋଧରେ ଆଇପିସିର ଧାରା ୩୭୬, ୫୦୬ ଏବଂ ଏସ୍‌ସି/ଏସ୍‌ଟି ଅତ୍ୟାଚାର ନିରୋଧୀ ଆଇନର ବିଭିନ୍ନ ଧାରାରେ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ତାଙ୍କ ବିରୋଧରେ ରିପୋର୍ଟ ଦେବା ପରେ ସେସନ୍ସ କୋର୍ଟ ତାଙ୍କୁ ଆଜୀବନ ଦଣ୍ଡାଦେଶ ଦେଇଥିଲେ। ଏହି ରାୟ ବିରୋଧରେ ବିଷ୍ଣୁ ୨୦୦୫ରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ କୌଣସି କାରଣରୁ ଉକ୍ତ ଆବେଦନକୁ ଡିଫେକ୍ଟିଭ୍‌ ଦର୍ଶାଇ ୧୬ ବର୍ଷ ପକାଇ ରଖାଯାଇଥିଲା। ଶେଷରେ ରାଜ୍ୟ ଆଇନ ସେବା କର୍ତ୍ତୃପକ୍ଷ ଆଇନଜୀବୀ ଶ୍ୱେତା ସିଂ ରାଣାଙ୍କୁ ପ୍ରତିପକ୍ଷ ଓକିଲ ନିଯୁକ୍ତ କରିଥିଲେ। ଅଭିଯୁକ୍ତ ଭୁଲ୍‌ରେ ଦୋଷୀସାବ୍ୟସ୍ତ ହୋଇଥିବା ଜଷ୍ଟିସ୍‌ କୌଶଳ ଜୟେନ୍ଦ୍ର ଠାକର ଏବଂ ଗୌତମ ଚୌଧରୀଙ୍କୁ ନେଇ ଗଠିତ ହାଇକୋର୍ଟର ଖଣ୍ଡପୀଠ ଅନୁଭବ କରିବା ପରେ ବୁଧବାର ତଳକୋର୍ଟ ରାୟକୁ ଖାରଜ କରିଦେଇ ତାଙ୍କୁ ନିର୍ଦ୍ଦୋଷ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri