୧୦ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, ୯।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟା ୧୫ରେ ଆରମ୍ଭ ହେବ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ। ରାଷ୍ଟ୍ରପତି ବିଶ୍ବବିଦ୍ୟାଳୟର ପୁରାତନ ଛାତ୍ରୀ ହୋଇଥିବାରୁ ତାଙ୍କୁ ସ୍ବାଗତ ପାଇଁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଓ ଛାତ୍ରୀ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ରାଷ୍ଟ୍ରପତି ହେବା ପରେ ପ୍ରଥମଥର ପାଇଁ ନିଜ କଲେଜ ଆସୁଛନ୍ତି ରାଷ୍ଟ୍ରପତି ମୁର୍ମୁ। ଏହି ଉତ୍ସବରେ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପ୍ରମୁଖ ଉପସ୍ଥିତ ରହିବେ। ଏହି ଅବସରରେ ୪ ବିଶିଷ୍ଟ ମହିଳାଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ପ୍ରଦାନ କରାଯିବ। ଏଥିସହ ୨୨ଜଣଙ୍କୁ ସ୍ବର୍ଣ୍ଣପଦକ ଦିଆଯିବ ବୋଲି ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ ବୁଧବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାବ୍ୟତୀତ ୨୦୨୨ ମସିହାର ୭,୪୩୦ ଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ମିଳିବ। ଯେଉଁଥିରେ ୨ ଜଣଙ୍କୁ ପିଏଚ୍‌ଡି, ୧୭ ଜଣଙ୍କୁ ଏମ୍‌ଫିଲ୍‌, ୭୪୭ ଜଣଙ୍କୁ ମାଷ୍ଟର ଡିଗ୍ରୀ, ୯୨ ଜଣଙ୍କୁ ବିଏଡ୍‌ ଏବଂ ୬,୫୭୨ ଜଣଙ୍କୁ ଯୁକ୍ତ୩ ଡିଗ୍ରୀ ମିଳିବ ବୋଲି ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ସମାବର୍ତ୍ତନ ଉତ୍ସବରେ ଗଣମାଧ୍ୟମକୁ ବାରଣ କରାଯାଇଛି। ଏନେଇ ଖବରଦାତାଙ୍କ ପ୍ରଶ୍ନରେ କୁଳପତି କହିଛନ୍ତି, ଆମକୁ ଯାହା ନିର୍ଦ୍ଦେଶ ଆସିଛି ଆମେ କରୁଛୁ। ଶୃଙ୍ଖଳିତ ଭାବେ ପ୍ରଚାର କରିବାକୁ ଖବରଦାତା ସମ୍ମିଳନୀ ଆୟୋଜନ କରିଛୁ। ରାଷ୍ଟ୍ରପତିଙ୍କ ଗସ୍ତରେ ଖବରଦାତାଙ୍କୁ ବାରଣ ପ୍ରସଙ୍ଗରେ ପଚାରିଲେ ମୁଁ ତାର ଉତ୍ତର ଦେଇପାରିବି ନାହିଁ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ବି ଆପଣମାନଙ୍କୁ ମନା କରାଯାଇଥିଲା। ଏବେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ମଧ୍ୟ ବାରଣ କରାଯାଇଛି ବୋଲି ସେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ଚଣ୍ଡୀ ରଥ, ଲୋକସମ୍ପର୍କ ଅଧିକାରୀ ଡ. ମାନସ ବେହେରା, ସସ୍ମିତା ମହାନ୍ତି, ମଧୁସ୍ମିତା ପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri