୧୦ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, ୯।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟା ୧୫ରେ ଆରମ୍ଭ ହେବ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ। ରାଷ୍ଟ୍ରପତି ବିଶ୍ବବିଦ୍ୟାଳୟର ପୁରାତନ ଛାତ୍ରୀ ହୋଇଥିବାରୁ ତାଙ୍କୁ ସ୍ବାଗତ ପାଇଁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଓ ଛାତ୍ରୀ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ରାଷ୍ଟ୍ରପତି ହେବା ପରେ ପ୍ରଥମଥର ପାଇଁ ନିଜ କଲେଜ ଆସୁଛନ୍ତି ରାଷ୍ଟ୍ରପତି ମୁର୍ମୁ। ଏହି ଉତ୍ସବରେ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପ୍ରମୁଖ ଉପସ୍ଥିତ ରହିବେ। ଏହି ଅବସରରେ ୪ ବିଶିଷ୍ଟ ମହିଳାଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ପ୍ରଦାନ କରାଯିବ। ଏଥିସହ ୨୨ଜଣଙ୍କୁ ସ୍ବର୍ଣ୍ଣପଦକ ଦିଆଯିବ ବୋଲି ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ଅପରାଜିତା ଚୌଧୁରୀ ବୁଧବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାବ୍ୟତୀତ ୨୦୨୨ ମସିହାର ୭,୪୩୦ ଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ମିଳିବ। ଯେଉଁଥିରେ ୨ ଜଣଙ୍କୁ ପିଏଚ୍‌ଡି, ୧୭ ଜଣଙ୍କୁ ଏମ୍‌ଫିଲ୍‌, ୭୪୭ ଜଣଙ୍କୁ ମାଷ୍ଟର ଡିଗ୍ରୀ, ୯୨ ଜଣଙ୍କୁ ବିଏଡ୍‌ ଏବଂ ୬,୫୭୨ ଜଣଙ୍କୁ ଯୁକ୍ତ୩ ଡିଗ୍ରୀ ମିଳିବ ବୋଲି ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ସମାବର୍ତ୍ତନ ଉତ୍ସବରେ ଗଣମାଧ୍ୟମକୁ ବାରଣ କରାଯାଇଛି। ଏନେଇ ଖବରଦାତାଙ୍କ ପ୍ରଶ୍ନରେ କୁଳପତି କହିଛନ୍ତି, ଆମକୁ ଯାହା ନିର୍ଦ୍ଦେଶ ଆସିଛି ଆମେ କରୁଛୁ। ଶୃଙ୍ଖଳିତ ଭାବେ ପ୍ରଚାର କରିବାକୁ ଖବରଦାତା ସମ୍ମିଳନୀ ଆୟୋଜନ କରିଛୁ। ରାଷ୍ଟ୍ରପତିଙ୍କ ଗସ୍ତରେ ଖବରଦାତାଙ୍କୁ ବାରଣ ପ୍ରସଙ୍ଗରେ ପଚାରିଲେ ମୁଁ ତାର ଉତ୍ତର ଦେଇପାରିବି ନାହିଁ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ବି ଆପଣମାନଙ୍କୁ ମନା କରାଯାଇଥିଲା। ଏବେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ମଧ୍ୟ ବାରଣ କରାଯାଇଛି ବୋଲି ସେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ଚଣ୍ଡୀ ରଥ, ଲୋକସମ୍ପର୍କ ଅଧିକାରୀ ଡ. ମାନସ ବେହେରା, ସସ୍ମିତା ମହାନ୍ତି, ମଧୁସ୍ମିତା ପତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri