ଆଜିଠାରୁ କୁଚ୍‌ ବିହାର ଟ୍ରଫି କ୍ରିକେଟ୍‌

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ର କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ୧୧ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ହାଇଦ୍ରାବାଦ ମଧ୍ୟରେ ୧୯ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ଏବଂ କ୍ରୀଷ୍ଣା ବିକାଶ ଗ୍ରୁପ ଅଫ୍‌ ଇନ୍‌ଷ୍ଟିଚ୍ୟୁସନ୍ସ ପକ୍ଷରୁ ଗୁରୁବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଥିଲା।

କୁଚ୍‌ ବିହାର ଟ୍ରଫି ପାଇଁ ୨ଦିନ ତଳୁ ଓଡ଼ିଶା ଏବଂ ହାଇଦ୍ରାବାଦ ଟିମ୍‌ ଏଠାକୁ ପହଞ୍ଚି ୨ପୃଥକ ହୋଟେଲରେ ଅବସ୍ଥାନ କରୁଛନ୍ତି। ମ୍ୟାଚ ଅଫିସିଆଲମାନଙ୍କ ରହଣି ପାଇଁ ଅନ୍ୟ ଏକ ହୋଟେଲରେ ବ୍ୟବସ୍ଥା କରାଯାଇଛି। ଏହି ମ୍ୟାଚ ପାଇଁ ବିସିସିଆଇ ପକ୍ଷରୁ ଅମିତ ଶର୍ମା ମ୍ୟାଚ ରେଫେରୀ ନିଯୁକ୍ତ ହୋଇଛନ୍ତି।

ସେହିପରି ପ୍ରେମଦୀପ ଚାଟାର୍ଜୀ, ରବି ଶଙ୍କର ଅମ୍ପାୟାର ଏବଂ ପରମବୀର ସିଂ ଅନଲାଇନ ସ୍କୋରର ଦାୟିତ୍ୱ ତୁଲାଇବେ। ଉକ୍ତ ମ୍ୟାଚ ପ୍ରତ୍ୟେକ ଦିନ ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଦିନ ୧୧ଟା ୩୦ରୁ ୧୨ଟା ୧୦ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ବିରତି ରହିବ।

ଉଭୟ ଦଳ ପାଇଁ ଉଚ୍ଚମାନର ପଡ଼ିଆ, ଅଭ୍ୟାସ ପିଚ୍‌, ସୁଇମିଂ ପୁଲ୍‌, ବ୍ୟାୟାମଶାଳା, ବ୍ୟାଡ଼ମିଣ୍ଟନ କୋଟ୍‌ର ବ୍ୟବସ୍ଥା ରହିଥିବା ସୂଚନା ଦିଆଯାଇଛି। ଖବରଦାତା ସମ୍ମିଳନୀରେ ଜିଲା କ୍ରିକେଟ ଆସୋସିଏଶନର ସଭାପତି ହରିହର ପ୍ରଧାନ, ସମ୍ପାଦକ ରବି ପଣ୍ଡା, କ୍ରୀଷ୍ଣା ବିକାଶର ଚେୟାରମ୍ୟାନ ଡି. ମୂରଲୀ କ୍ରୀଷ୍ଣା, ଜିଲା କ୍ରିକେଟ ଆସୋସିଏଶନର ଉପସଭାପତି ଶୁଭ୍ରାଂଶୁ ଶେଖର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶଥାଉକି, ଶୁକ୍ରବାର ପୂର୍ବାହ୍ନ ୮ଟା ୪୫ରେ ମ୍ୟାଚ ଉଦ୍‌ଘାଟିତ ହୋଇ ଦିନ ୯ଟାରେ ମ୍ୟାଚ ଆରମ୍ଭ ହେବ। ଓଡ଼ିଶା ଦଳରେ ଅଧିନାୟକ ଆଶୀର୍ବାଦ ସ୍ବାଇଁ ଏବଂ ହାଇଦ୍ରାବାଦ ଦଳରେ ଅଧିନାୟକ ଏସ୍‌. ଧିରଜ ଗୌଡ଼ଙ୍କ ସହିତ ଅନ୍ୟ ଖେଳାଳିବୃନ୍ଦ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?