Posted inଜାତୀୟ

ମଧ୍ୟପ୍ରଦେଶରେ ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ୍‌

ନୂଆଦିଲ୍ଲୀ, ୨୩ା୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ସଫଳତା ପରେ ଏହି ଦଳ ଚଳିତ ବର୍ଷ ନିର୍ବାଚନ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ମଧ୍ୟପ୍ରଦେଶ ସମେତ ଅନ୍ୟ ରାଜ୍ୟଗୁଡ଼ିକ ଉପରେ ନଜର ପକାଇଛି। ମଧ୍ୟପ୍ରଦେଶର ଜନସାଧାରଣଙ୍କୁ ଆକୃଷ୍ଟ କରିବା ଲାଗି ଦଳ ପକ୍ଷରୁ ୫ଟି ପ୍ରତିଶ୍ରୁତି ଘୋଷଣା କରାଯାଇଛି। ସେହି ପ୍ରତିଶ୍ରୁତିଗୁଡ଼ିକ ହେଲା କଂଗ୍ରେସ ଆଗାମୀ ନିର୍ବାଚନରେ କ୍ଷମତାକୁ ଫେରିଲେ ୫୦୦ ଟଙ୍କାରେ ରନ୍ଧନ ଗ୍ୟାସ ଯୋଗାଇଦେବ। ପ୍ରତି ମାସରେ ମହିଳାମାନଙ୍କୁ ୧,୫୦୦ ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ମିଳିବ। ୧୦୦ ୟୁନିଟ ବିଜୁଳି ମାଗଣାରେ ଯୋଗାଇ ଦିଆଯିବା ସହ କୃଷିଋଣ ଛାଡ଼ କରାଯିବ। ଏହା ବ୍ୟତୀତ ପୁରୁଣା ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବାକୁ କଂଗ୍ରେସ ପ୍ରତିଶ୍ରୁତି ଦେଇଛି। ଆଗାମୀ ନିର୍ବାଚନରେ ମଧ୍ୟପ୍ରଦେଶ କଂଗ୍ରେସ କମିଟି ସଭାପତି କମଳ ନାଥ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ରାଜ୍ୟ ସଭା ସଦସ୍ୟ ଦିଗ୍‌ବିଜୟ ସିଂ କହିଛନ୍ତି। ଜୁନ୍‌ ୧୨ରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟପ୍ରଦେଶରେ ନିର୍ବାଚନ ପ୍ରଚାର ଶୁଭାରମ୍ଭ କରିବେ। ନର୍ମଦା ନଦୀରେ ପୂଜାର୍ଚ୍ଚନା କରିବା ପରେ ସେ ଜବଲପୁରରେ ରୋଡ୍‌ଶୋ’ ଏବଂ ରାଲି କରିବେ ବୋଲି ଦଳର ଜଣେ କାର୍ଯ୍ୟକର୍ତ୍ତା ସୂଚନା ଦେଇଛନ୍ତି।
ଚଳିତବର୍ଷ ଶେଷ ଭାଗରେ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ୨୦୧୮ ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହୋଇ ସରକାର ଗଢ଼ିଥିଲେ ମଧ୍ୟ ୨୦୨୦ ମାର୍ଚ୍ଚରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ନେତୃତ୍ୱରେ ୨୦ରୁ ଊର୍ଦ୍ଧ୍ୱ ବିଧାୟକ ବିଦ୍ରୋହ କରିବାରୁ ଭାଜପା କ୍ଷମତାକୁ ଫେରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri