ରନ୍ଧନ ଗ୍ୟାସ, ଦରବୃଦ୍ଧିର ପ୍ରତିବାଦ

ଢେଙ୍କାନାଳ ଅଫିସ,୧୨।୭ ହୁ ହୁ ହୋଇ ବଢ଼ି ଚାଲିଥିବା ରନ୍ଧନ ଗ୍ୟାସ୍‌ ଦର ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ଢେଙ୍କାନାଳ ମହିଳା କଂଗ୍ରେସ। ଏହାର ପ୍ରତିବାଦରେ ସଭାନେତ୍ରୀ ସ୍ମିତାରାଣୀ ସାମଲଙ୍କ ନେତୃତ୍ୱରେ ଜିଲା କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।
କେନ୍ଦ୍ରରେ ମୋଦି ସରକାର ରନ୍ଧନ ଗ୍ୟାସ୍‌ ଦର ବାରମ୍ବାର ବୃଦ୍ଧି କରି ଚାଲିଛନ୍ତି। ଅନ୍ୟ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ମୂଲ୍ୟ ଆକାଶ ଛୁଅଁା ହୋଇଛି। ଏହାର ପ୍ରଭାବ ସିଧାସଳଖ ରୋଷେଇ ଘର ଉପରେ ପଡୁଛି। ଆଗାମୀ ଦିନରେ ଭାରତରେ ଶ୍ରୀଲଙ୍କା ଭଳି ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁ ନାହିଁ। ସରକାରଙ୍କ ଉଜ୍ଜ୍ୱଳା ଯୋଜନା ଫେଲ୍‌ ମାରିଛି। ହିତାଧିକାରୀମାନେ ଗ୍ୟାସ୍‌ ସିଲିଣ୍ଡର ଭରି ନ ପାରି ୧୦୦ ଟଙ୍କା କମିଶନ ରଖି ଗ୍ୟାସ୍‌ ବିତରକଙ୍କୁ ଛାଡ଼ି ଦେଉଛନ୍ତି। ସେମାନେ ଏହାକୁ କଳାବଜାରରେ ବିକ୍ରି କରୁଛନ୍ତି ବୋଲି ଦଳୀୟ କାର୍ଯ୍ୟକର୍ତ୍ତା ଅଭିଯୋଗ କରିଥିଲେ। ଏହି ଅବସରରେ ନରେନ୍ଦ୍ର ମୋଦିଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ାଙ୍କ ଆହ୍ବାନକ୍ରମେ ସାରା ଓଡ଼ିଶାରେ ଏଭଳି ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ବିକ୍ଷୋଭ ସମାବେଶରେ ମ୍ୟୁନିସିପାଲିଟି, ବ୍ଲକ ଏବଂ ଏନ୍‌ଏସିର ମହିଳା ଯୋଗଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଏଆଇସିସି ସଭ୍ୟା ସୁଭାସିନୀ ମହାକୁଡ, ସମ୍‌ସିଦା ତାୟୁବ୍‌, ଟାଉନ୍‌ ମହିଳା କଂଗ୍ରେସ ସଭାନେତ୍ରୀ ଶିଳ୍ପୀଶ୍ରୀ ହରିଚନ୍ଦନ, ରୋମିନା ବେଗମ୍‌, ସଂଯୁକ୍ତା ପରିଡା, ସୁଜାତା ଖଟୁଆ, ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ନବୀନଚନ୍ଦ୍ର ନାରାୟଣ ଦାସ, ପୂର୍ବତନ ଜିଲା ସଭାପତି ସୁରେଶ ଚନ୍ଦ୍ର ପାଣିଗ୍ରାହୀ, ନିର୍ମଳ ମିଶ୍ର, ସୁନୀଲ୍‌ ଦାଶ, ପ୍ରେମଶଙ୍କର ମିଶ୍ର, ମଥୁରି ସାହୁ, ଛାତ୍ର କଂଗ୍ରେସ ସଭାପତି ଶୁଭମ୍‌ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri