Posted inଜାତୀୟ

ପୁଣି ବଢ଼ିଲା: ୭ ବର୍ଷରେ ଡବଲ୍‌ ହେଲାଣି ଏଲ୍‌ପିଜି ଦର

ନୂଆଦିଲ୍ଲୀ,୧।୭: ମହାମାରୀ ସମୟରେ କ୍ରମାଗତ ବୃଦ୍ଧି ପାଉଥିବା ପେଟ୍ରୋଲ ଏବଂ ଡିଜେଲ ଦର ସାଙ୍ଗକୁ ଏଲ୍‌ପିଜ ଦର ଲୋକଙ୍କ ଉପରେ ସାଜିଲାଣି ବୋଝ ଉପରେ ନଳିତା ବିଡ଼ା। ଗୁରୁବାର ଭୁବନେଶ୍ୱରରେ ୧୪.୨ ଲିଟର ଓଜନର ଏଲ୍‌ପିଜି ସିଲିଣ୍ଡର ଦର ୨୫.୫୦ ଟଙ୍କା ବୃଦ୍ଧି ପାଇଛି। ଫଳରେ ୮୬୧ ଟଙ୍କାରେ ପହଞ୍ଚିଛି ସିଲିଣ୍ଡର ଦାମ। ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଏହି ବର୍ଗର ଏଲ୍‌ପିଜି ୮୬୦ରୁ ୯୦୦ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ୧୯ କିଲୋ ଗ୍ୟାସ୍‌ ସିଲିଣ୍ଡର ଦର ପ୍ରାୟ ୮୬ ଟଙ୍କା ବଢ଼ିବା ଯୋଗୁ ୧୬୭୯ ଟଙ୍କାରେ ବିକ୍ରି ହେଉଛି।

ଗତ ୬ ମାସରେ ଏଲ୍‌ପିଜି ୧୪୦ ଟଙ୍କାରୁ ଊର୍ଦ୍ଧ୍ୱ ବଢ଼ିଲାଣି। ଜୁନ୍‌ରେ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ତୈଳ ବିପଣନ କମ୍ପାନୀଗୁଡିକ ପ୍ରତି ମାସର ଆରମ୍ଭରେ ଏଲ୍‌ପିଜି ଦର ନେଇ ସମୀକ୍ଷା କରିଥାନ୍ତି। ଏହା ପରେ ଦର ହ୍ରାସ କିମ୍ବା ବୃଦ୍ଧି ହୋଇଥାଏ। ଲୋକମାନେ ବଜାର ଦର ଅନୁସାରେ ଏଲ୍‌ପିଜି ସିଲିଣ୍ଡର କିଣନ୍ତି। ଏଲ୍‌ପିଜିର ଘରୋଇ ବ୍ୟବହାର କ୍ଷେତ୍ରରେ ସରକାର କିଞ୍ଚତ୍ତ ସବ୍‌ସିଡି ପ୍ରଦାନ କରୁଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୭ ବର୍ଷରେ ଗ୍ୟାସ୍‌ ସିଲିଣ୍ଡର ଦର ପ୍ରାୟ ୨ ଗୁଣ ବଢ଼ିଛି। ୨୦୧୪ ମାର୍ଚ୍ଚ ୧ରେ ନୂଆଦିଲ୍ଲୀରେ ୧୪.୨ କିଲୋ ବିଶିଷ୍ଟ ଏଲ୍‌ପିଜି ସିଲିଣ୍ଡର ଦର ୪୧୦.୫ ଟଙ୍କା ରହିଥିଲା। ବର୍ତ୍ତମାନ ଏହାର ଦାମ ୮୩୪.୫୦ ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri