ଓଡ଼ିଶା ସ୍ବାସ୍ଥ୍ୟସେବାର ବିକାଶ ପାଇଁ ସହଯୋଗ ଆବଶ୍ୟକ: ଧର୍ମେନ୍ଦ୍ର

ଭୁବନେଶ୍ୱର,୭ା୫(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ(ପିଏସ୍‌ୟୁ)ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ବାସ୍ଥ୍ୟ ସଙ୍ଗଠନ, ବ୍ୟାଙ୍କିଙ୍ଗ୍‌ ଏବଂ ରେଳ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ଓଡ଼ିଶାରେ କୋଭିଡ୍‌ ପରିଚାଳନା ପ୍ରସ୍ତୁତି ଏବଂ ସ୍ବାସ୍ଥ୍ୟ ଭିତ୍ତିଭୂମି ଉପରେ ସମୀକ୍ଷା କରିବା ସହ ବିଭିନ୍ନ ବିଷୟରେ ସେ ଆଲୋଚନା କରିଥିଲେ।
ଏହି ଆଲୋଚନା ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟରେ ଟେଷ୍ଟିଂ, ଭେଣ୍ଟିଲେଟର, ଟିକାକରଣ ଓ ଅକ୍ସିଜେନ ବ୍ୟବସ୍ଥା ବଢ଼ାଇବା ସହ ସ୍ବାସ୍ଥ୍ୟ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦେବା ଆବଶ୍ୟକ। ଓଡ଼ିଶାର ସ୍ବାସ୍ଥ୍ୟସେବାକୁ ବିକଶିତ କରିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ। ଓଡ଼ିଶାରେ ପରିଚାଳିତ ପିଏସ୍‌ୟୁ, କେନ୍ଦ୍ର ସ୍ବାସ୍ଥ୍ୟ ଅନୁଷ୍ଠାନ, ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ତଥା କର୍ପୋରେଟ୍‌ ସେକ୍ଟର ଏହି ମହାମାରୀରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରି ଆବଶ୍ୟକତା ଅନୁଯାୟୀ ସ୍ବାସ୍ଥ୍ୟ ଭିତ୍ତିଭୂମି ତିଆରି କରିବା ଦରକାର। ଓଡ଼ିଶାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଇସୋଲେଶନ ବେଡ୍‌ର କ୍ଷମତା ବୃଦ୍ଧି କରିବା ସହ ଆଇସିୟୁ ଏବଂ ଅକ୍ସିଜେନ ସଂଯୁକ୍ତ ବେଡ୍‌କୁ ବୃଦ୍ଧି କରିବା ଦିଗରେ ସମସ୍ତେ ମିଳିତ ପଦକ୍ଷେପ ସହ ସରକାରଙ୍କ ସହିତ ସମନ୍ବୟ ରକ୍ଷା କରିବା ଦରକାର। ରାଜ୍ୟର ଦୁଇଟି ଅଗ୍ରଣୀ ଇନ୍‌ଷ୍ଟିଚ୍ୟୁଟ୍‌ ଆର୍‌ଏମ୍‌ଆର୍‌ସି ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ ସାଇନ୍ସକୁ ଅଧିକରୁ ଅଧିକ ଟେଷ୍ଟିଂ ବୃଦ୍ଧି କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ପିଏସ୍‌ୟୁଗୁଡ଼ିକୁ ମଧ୍ୟ ନିଜ ବ୍ୟବସ୍ଥାରେ ଟେଷ୍ଟିଂ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ତିଆରି କରିବା ପାଇଁ ଆହ୍ବାନ କରିଛନ୍ତି। ସେହିପରି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣର ଅଭିଯାନକୁ ତ୍ୱରାନ୍ବିତ କରିବା ପାଇଁ ପିଏସ୍‌ୟୁଗୁଡ଼ିକୁ ଟିକା କିଣି ନିଜର କର୍ମଚାରୀଙ୍କୁ ଦେବା ସହ ସମାଜରେ ୧୮ ବର୍ଷରୁ ଊଦ୍ଧର୍‌ବ ବର୍ଗଙ୍କୁ ଟିକାକରଣ କରାଇବା ଉପରେ ଗୁରୁତ୍ୱାରୋପ କରିଛନ୍ତି।
ଭୁବନେଶ୍ୱର ଏମ୍‌ସ୍‌ ନିର୍ଦ୍ଦେଶିକା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା, ଆଇଏଲ୍‌ଏସ୍‌ର ନିର୍ଦ୍ଦେଶକ, ଆର୍‌ଏମ୍‌ଆର୍‌ସିର ନିର୍ଦ୍ଦେଶିକା, ଏନ୍‌ସିସିର ଓଡ଼ିଶା ଜୋନ୍‌ର ଇନ୍‌ଚାର୍ଜ, ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ଭୁବନେଶ୍ୱରର ନିର୍ଦ୍ଦେଶକ, ଇଷ୍ଟକୋଷ୍ଟ୍‌ ରେଲୱେର ଜେନେରାଲ ମ୍ୟାନେଜର, ଏସ୍‌ବିଆଇ ଓଡ଼ିଶା ଶାଖାର ସିଜିଏମ୍‌, ଏମ୍‌ସିଏଲ୍‌ର ସିଏମ୍‌ଡି ପି.କେ. ସିହ୍ନା, ଏନ୍‌ଟିପିସିର ଆର୍‌ଇଡି ଇନ୍‌ଚାର୍ଜ, ପାରାଦୀପ ପୋର୍ଟର ଇନ୍‌ଚାର୍ଜ ପ୍ରମୁଖ ଆଲୋଚନାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri