‘ବିକାଶ ପାଇଁ ଅଞ୍ଚଳବାସୀଙ୍କ ସହଯୋଗ ଆବଶ୍ୟକ’

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ୭୭ତମ ସ୍ବାଧୀନତା ଦିବସ ଧୂମ୍‌ଧାମରେ ପାଳନ କରାଯାଇଛି। ଏହି ଅବସରରେ ପଲ୍ଲିଠାରୁ ସହର ପର୍ଯ୍ୟନ୍ତ ସବୁଠି ଉତ୍ସବ ମୁଖର ହୋଇଥିଲା। ଦାରିଙ୍ଗବାଡି ହେଲିପ୍ୟାଡ଼ରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସାମୁହିକ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।

ପରେଡ୍‌ରେ ବ୍ଲକର ୨୫ ପଞ୍ଚାୟତର ୩୨ଟି ବିଦ୍ୟାଳୟର ଛାତ୍ରୀଛାତ୍ର ଯୋଗ ଦେଇଥିଲେ। ସେହିପରି ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ମୁଖ୍ୟ ଅତିଥି ବକ୍ତବ୍ୟରେ ଦାରିଙ୍ଗବାଡିରେ ଅନେକ ସମସ୍ୟା ରହିଛି, ଅନେକ ସମସ୍ୟାର ସମାଧାନ ମଧ୍ୟ କରାଯାଇଛି। ଏପରିକି ରାଜ୍ୟ ସରକାର ସ୍କୁଲଗୁଡିକୁ ସ୍ମାର୍ଟ ସ୍କୁଲରେ ରୂପାନ୍ତର କରିଥିବାରୁ ସହର ଢାଞ୍ଚାରେ ବିଦ୍ୟାଳୟଗୁଡିକ ସଜେଇ ହୋଇଥିବା କହିଥିଲେ। ଏପରିକି ଅଞ୍ଚଳର ବିକାଶ ପାଇଁ ଜନସାଧାରଣଙ୍କ ସହଯୋଗ ନିତ୍ୟାନ୍ତ ଆବଶ୍ୟକ ବୋଲି ବ୍ଲକ ଅଧ୍ୟକ୍ଷ ପ୍ରଧାନ କହିଥିଲେ।

ବିଡ଼ିଓ ଗଦାଧର ପାତ୍ର ଉଦ୍‌ବୋଧନ ଦେଇ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଆଦିର ଆହୁରି ବିକାଶ କରିବା ଆବଶ୍ୟକ ରହିଛି ବୋଲି କହିଥିଲେ। ଅତିଥି ଭାବେ ତହସିଲଦାର ଶରତ ଶବର, ଆଇଆଇସି କୌଶିକ ମାଝୀ, ବିଇଓ ରସାନନ୍ଦ କର ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେହିପରି ଦାରିଙ୍ଗବାଡି ଥାନା ସମେତ ବ୍ରାହ୍ମଣୀଗାଁ ଥାନା, ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri