ସମବାୟ ବ୍ୟାଙ୍କ ପରିଚାଳନା ସମିତି ସଭାପତି, ସଦସ୍ୟ ନିଲମ୍ବନ ପ୍ରସଙ୍ଗ : ଦାଖଲ ହେଲା…

କେନ୍ଦୁଝର/ହାଟଡିହୀ,୨୪l୧୦(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତିର ସଭାପତି ଏବଂ ସମସ୍ତ ସଦସ୍ୟଙ୍କୁ ନିଲମ୍ବନ ଆଦେଶ ଘଟଣାରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆବେଦନକାରୀ ୨୪ ଅକ୍ଟୋବର ୨୦୨୫ରେ ରାଜ୍ୟ ସମବାୟ ବିଭାଗରେ ଜବାବ ଦାଖଲ କରିଛନ୍ତି । ଆବେଦନକାରୀ ଦେବପ୍ରିୟ ପାତ୍ର ଏବଂ ଗୋଲାପ ନାଏକ ମେଲ ଜରିଆରେ ସମ୍ପୃକ୍ତ ଘଟଣା ସମ୍ପର୍କିତ ଜବାବ ଦାଖଲ କରିଥିବା ପ୍ରକାଶ କରିଛନ୍ତି।
ସୂଚନା ଯୋଗ୍ୟ,ବ୍ୟାଙ୍କର ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହେବା ପରେ ତଦନ୍ତ ରିପୋର୍ଟ ଆଧାରରେ  ଜବାବ ଦାଖଲ ପାଇଁ ବ୍ୟାଙ୍କ ପରିଚାଳନା ସମିତିକୁ ନୋଟିସ ଜାରି ହୋଇଥିଲା।ଘଟଣାର ଶୁଣାଣି ପାଇଁ ଗତ ୧୪ ଅକ୍ଟୋବର ୨୦୨୫କୁ ଦିନ ଧାର୍ଯ୍ୟ ହୋଇ ପରଦିନ ଗତ ୧୫ ଅକ୍ଟୋବର ୨୦୨୫ରେ ଓଡିଶା ସମବାୟ ସମିତି ସମୂହ ନିବନ୍ଧକ ସିଦ୍ଧାର୍ଥ ଦାସ ପରିଚାଳନା ସମିତିକୁ ନିଲମ୍ବନ କରାଯିବା ନେଇ ଆଦେଶ ଜାରି କରିଥିଲେ।ମାତ୍ର ନିଲମ୍ବନ ଆଦେଶ ପୂର୍ବରୁ ତଦନ୍ତ ରିପୋର୍ଟକୁ ବିରୋଧ କରି ପ୍ରଥମେ ହାଇକୋର୍ଟରେ ମାମଲା ଦାୟର ହୋଇ ନିର୍ଦ୍ଦେଶ ଜାରି ହୋଇଥିଲା। ହାଇକୋର୍ଟ ୧୪ ଅକ୍ଟୋବର ୨୦୨୫ ରେ ଜବାବ ଦାଖଲ ହୋଇ ନ ଥିଲେ ଆସନ୍ତା ୨୫ ଅକ୍ଟୋବର ୨୦୨୫ କିମ୍ବା ପୂର୍ବରୁ ଜବାବ ଦାଖଲ କରିବାକୁ ଆବେଦନକାରୀଙ୍କୁ ଅନୁମତି ଦେଇଥିଲେ।ଏଥିସହ ୧୫ ନଭେମ୍ବର ୨୦୨୫ କିମ୍ବା ପୂର୍ବରୁ  ସମ୍ପୃକ୍ତ ଘଟଣା ଦିଗରେ ଆଇନଗତ ନିଷ୍ପତ୍ତି ନେବା ସହ ୧୫ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଆବେଦନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ ମଧ୍ୟ ଜାରି କରିଥିଲେ। ଗୁରୁତ୍ୱପୂର୍ଣ ପ୍ରସଙ୍ଗ ହେଉଛି ନିଲମ୍ବନ ଆଦେଶ ପରେ କେନ୍ଦୁଝର ଜିଲାପାଳ ଗତ ୧୫ ଅକ୍ଟୋବର ୨୦୨୫ରେ ପରିଚାଳନା ସମିତିର ପ୍ରଶାସକ ଭାବେ ଦାୟିତ୍ୱ ନେଇଛନ୍ତି।
ଅପର ପକ୍ଷେ ନିଲମ୍ବନ ଆଦେଶ ଉପରେ ପୁନଶ୍ଚ ଦାୟର ହୋଇଥିବା ମାମଲାର ଶୁଣାଣି କରି ହାଇକୋର୍ଟ ୨୩ ଅକ୍ଟୋବର ୨୦୨୫ରେ ଜାରି କରିଥିବା ସ୍ଥଗିତାଦେଶ ବଳବତ୍ତର ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri