ସମବାୟ ବ୍ୟାଙ୍କ ପରିଚାଳନା ସମିତି ସଭାପତି, ସଦସ୍ୟ ନିଲମ୍ବନ ପ୍ରସଙ୍ଗ : ଦାଖଲ ହେଲା…

କେନ୍ଦୁଝର/ହାଟଡିହୀ,୨୪l୧୦(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତିର ସଭାପତି ଏବଂ ସମସ୍ତ ସଦସ୍ୟଙ୍କୁ ନିଲମ୍ବନ ଆଦେଶ ଘଟଣାରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆବେଦନକାରୀ ୨୪ ଅକ୍ଟୋବର ୨୦୨୫ରେ ରାଜ୍ୟ ସମବାୟ ବିଭାଗରେ ଜବାବ ଦାଖଲ କରିଛନ୍ତି । ଆବେଦନକାରୀ ଦେବପ୍ରିୟ ପାତ୍ର ଏବଂ ଗୋଲାପ ନାଏକ ମେଲ ଜରିଆରେ ସମ୍ପୃକ୍ତ ଘଟଣା ସମ୍ପର୍କିତ ଜବାବ ଦାଖଲ କରିଥିବା ପ୍ରକାଶ କରିଛନ୍ତି।
ସୂଚନା ଯୋଗ୍ୟ,ବ୍ୟାଙ୍କର ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହେବା ପରେ ତଦନ୍ତ ରିପୋର୍ଟ ଆଧାରରେ  ଜବାବ ଦାଖଲ ପାଇଁ ବ୍ୟାଙ୍କ ପରିଚାଳନା ସମିତିକୁ ନୋଟିସ ଜାରି ହୋଇଥିଲା।ଘଟଣାର ଶୁଣାଣି ପାଇଁ ଗତ ୧୪ ଅକ୍ଟୋବର ୨୦୨୫କୁ ଦିନ ଧାର୍ଯ୍ୟ ହୋଇ ପରଦିନ ଗତ ୧୫ ଅକ୍ଟୋବର ୨୦୨୫ରେ ଓଡିଶା ସମବାୟ ସମିତି ସମୂହ ନିବନ୍ଧକ ସିଦ୍ଧାର୍ଥ ଦାସ ପରିଚାଳନା ସମିତିକୁ ନିଲମ୍ବନ କରାଯିବା ନେଇ ଆଦେଶ ଜାରି କରିଥିଲେ।ମାତ୍ର ନିଲମ୍ବନ ଆଦେଶ ପୂର୍ବରୁ ତଦନ୍ତ ରିପୋର୍ଟକୁ ବିରୋଧ କରି ପ୍ରଥମେ ହାଇକୋର୍ଟରେ ମାମଲା ଦାୟର ହୋଇ ନିର୍ଦ୍ଦେଶ ଜାରି ହୋଇଥିଲା। ହାଇକୋର୍ଟ ୧୪ ଅକ୍ଟୋବର ୨୦୨୫ ରେ ଜବାବ ଦାଖଲ ହୋଇ ନ ଥିଲେ ଆସନ୍ତା ୨୫ ଅକ୍ଟୋବର ୨୦୨୫ କିମ୍ବା ପୂର୍ବରୁ ଜବାବ ଦାଖଲ କରିବାକୁ ଆବେଦନକାରୀଙ୍କୁ ଅନୁମତି ଦେଇଥିଲେ।ଏଥିସହ ୧୫ ନଭେମ୍ବର ୨୦୨୫ କିମ୍ବା ପୂର୍ବରୁ  ସମ୍ପୃକ୍ତ ଘଟଣା ଦିଗରେ ଆଇନଗତ ନିଷ୍ପତ୍ତି ନେବା ସହ ୧୫ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ଆବେଦନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ ମଧ୍ୟ ଜାରି କରିଥିଲେ। ଗୁରୁତ୍ୱପୂର୍ଣ ପ୍ରସଙ୍ଗ ହେଉଛି ନିଲମ୍ବନ ଆଦେଶ ପରେ କେନ୍ଦୁଝର ଜିଲାପାଳ ଗତ ୧୫ ଅକ୍ଟୋବର ୨୦୨୫ରେ ପରିଚାଳନା ସମିତିର ପ୍ରଶାସକ ଭାବେ ଦାୟିତ୍ୱ ନେଇଛନ୍ତି।
ଅପର ପକ୍ଷେ ନିଲମ୍ବନ ଆଦେଶ ଉପରେ ପୁନଶ୍ଚ ଦାୟର ହୋଇଥିବା ମାମଲାର ଶୁଣାଣି କରି ହାଇକୋର୍ଟ ୨୩ ଅକ୍ଟୋବର ୨୦୨୫ରେ ଜାରି କରିଥିବା ସ୍ଥଗିତାଦେଶ ବଳବତ୍ତର ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri