ଖତ ହେଉଛି ସମବାୟ ବ୍ୟାଙ୍କର ଭ୍ରାମ୍ୟମାଣ ଶାଖା ଗାଡ଼ି

ମାଲକାନଗିରି, ୭।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ କୃଷକମାନଙ୍କ ବିଭିନ୍ନ ସମସ୍ୟା ଦୂରକରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ସେଥିମଧ୍ୟରୁ କୃଷକମାନେ ଯେପରି ନିଜ ଗ୍ରାମରେ ଥାଇ ଚାଷ ସମ୍ପର୍କିତ ସମସ୍ତ ସୁବିଧା ପାଇପାରିବେ ସେଥିପାଇଁ ନାବାର୍ଡ ମାଧ୍ୟମରେ କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ମାଲକାନଗିରି ଜିଲାକୁ ଗତ ୩ ବର୍ଷ ତଳେ ଏକ ଭ୍ରାମ୍ୟମାଣ ମୋବାଇଲ ସେବା ଗାଡ଼ି ଯୋଗାଇଦେଇଥିଲା। ଏହି ଭ୍ରାମ୍ୟମାଣ ଗାଡ଼ିରୁ କୃଷକମାନେ ନିଜ ଗ୍ରାମରେ ଜମାଖାତା ଖୋଲିବା, ନଗଦ ଜମା ଓ ଉଠାଣ, ଏଟିଏମ୍‌ ମାଧ୍ୟମରେ ଋଣ ପ୍ରଦାନ, ମଞ୍ଜୁର ଋଣ ସୀମା, ବିଭିନ୍ନ ଅମାନତ ଓ ଋଣର ସୁଧ, ବିଭିନ୍ନ ଯୋଜନାର ବିଶଦ ବିବରଣୀ ସମ୍ପର୍କରେ ଜାଣିବା ବ୍ୟବସ୍ଥା ହୋଇଥିଲା। ଗତ ୩ବର୍ଷ ତଳେ ଉକ୍ତ ଗାଡ଼ି ଉଦ୍‌ଘାଟନ ସମୟରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା କୃଷି ଅଧିକାରୀ, ସମବାୟ ନିରୀକ୍ଷକ, କୃଷି ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ। ବର୍ତ୍ତମାନ ଏହି ଗାଡ଼ିଟି ସେବାରେ ନ ଲାଗି ମାଲକାନଗିରି ସଦର ମହକୁମା ମୁଖ୍ୟ ରାସ୍ତା କୋରାପୁଟ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସମ୍ମୁଖରେ ପଡିରହିଛି। ଏ ନେଇ ମାଲକାନଗିରି ଜିଲା ସମବାୟ ସମିତି ସହକାରୀ ନିବନ୍ଧକ ଶିବବ୍ରତ ପଣ୍ଡାଙ୍କୁ ପଚାରିବାରୁ ସେ କହିଥିଲେ, ଏହି ଗାଡିଟି ନାବାର୍ଡ ପକ୍ଷରୁ ସେତେବେଳେ ମିଳିଥିଲା। ଆଭ୍ୟନ୍ତରୀଣ ଅଞ୍ଚଳଗୁଡ଼ିକରେ କୃଷକମାନେ ସମବାୟ ବ୍ୟାଙ୍କ ମାଧ୍ୟମରେ ବିଭିନ୍ନ ସେବା ପାଇବା ପାଇଁ ଗାଡିଟି ବୁଲିଥାନ୍ତା। ମାତ୍ର ଏହି ଗାଡିରେ ସବୁପ୍ରକାର ସୁବିଧା ଥିଲେ ମଧ୍ୟ ନେଟ୍‌ଓ୍ବର୍କ ସୁବିଧା ନ ଥିବା, କୁଶଳୀ କର୍ମଚାରୀଙ୍କ ଅଭାବ, ଡ୍ରାଇଭର ଏବଂ ପରିଚାଳନା ପାଇଁ ନାବାର୍ଡ ପକ୍ଷରୁ କୌଣସି ବ୍ୟବସ୍ଥା ନ ଥିବାରୁ ଏହା କାର୍ଯ୍ୟକ୍ଷମ ନ ହୋଇପଡିଛି। ରାଜ୍ୟ ସମବାୟ ନିଗମ ଏଥିପାଇଁ ଯାହା ନିଷ୍ପତ୍ତି ନେବେ ସେହି ଅନୁଯାୟୀ ଆଗାମୀ ଦିନରେ କାର୍ଯ୍ୟକାରୀ ହେବ ବୋଲି ପଣ୍ଡା କହିଥିଲେ। ଏ ସମ୍ପର୍କରେ ନାବାର୍ଡର ଅଧିକାରୀଙ୍କ ସହ ଯୋଗାଯୋଗ ହୋଇ ନ ପାରିବାରୁ ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri