ଜମାକାରୀଙ୍କ ସୁରକ୍ଷା ଲାଗି ଆର୍‌ବିଆଇ ଅଧୀନରେ ସମବାୟ ବ୍ୟାଙ୍କ:ସୀତାରାମନ

ନୂଆଦିଲ୍ଲୀ : ସମବାୟ ବ୍ୟାଙ୍କ ଜମାକାରୀଙ୍କ ସ୍ବାର୍ଥକୁ ସରକାର ପ୍ରାଥମିକତା ଦେଉଛନ୍ତି। ଏହାକୁ ଧ୍ୟାନରେ ରଖି ସମବାୟ ବ୍ୟାଙ୍କଗୁଡିକର ପରିଚାଳନାକୁ ରିଜର୍ଭ ବ୍ୟାଙ୍କ ପରିସରକୁ ଅଣାଯାଉଥିବା ବ୍ୟାଙ୍କିଙ୍ଗ୍‌ ରେଗୁଲେଶନ ସଂଶୋଧନ ବିଲ୍‌-୨୦୨୦ ବିତର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏହା କହିଛନ୍ତି। ସେ ପୁଣି କହିଛନ୍ତି, ନୂଆ ପଦକ୍ଷେପ ଦ୍ୱାରା ରେଜିଷ୍ଟ୍ରାର ଅଫ୍‌ କୋଅପରେଟିଭ୍‌ ସୋସାଇଟିଜର କ୍ଷମତା ସଙ୍କୁଚିତ ହେବ ନାହିଁ। ଅପରପକ୍ଷରେ ସମବାୟ ବ୍ୟାଙ୍କଗୁଡିକର ବ୍ୟାଙ୍କିଙ୍ଗ୍‌ କାର୍ଯ୍ୟକଳାପକୁ ବ୍ୟବସ୍ଥିତ କରାଯିବା ଯୋଜନା ରଖାଯାଇଛି। ଜୁନ ୨୬ରେ ସରକାର ଏ ନେଇ ଏକ ଅଧ୍ୟାଦେଶ ଆଣିଥିଲେ। ନୂଆ ବିଲ୍‌କୁ ଲୋକସଭାର ଅନୁମୋଦନ ମିଳିଥିବା ଜଣାପଡିଛି। ନୂଆ ବ୍ୟାଙ୍କିଙ୍ଗ୍‌ ରେଗୁଲେଶନ ଆଇନ ଦ୍ୱାରା ସମବାୟ ବ୍ୟାଙ୍କଗୁଡିକ ରିଜର୍ଭ ବ୍ୟାଙ୍କ ପରିସରକୁ ଆସିବ। ଏହା ମଧ୍ୟରେ ଅର୍ବାନ କୋଅପରେଟିଭ ବ୍ୟାଙ୍କ ଏବଂ ମଲ୍ଟି ଷ୍ଟେଟ ସମବାୟ ବ୍ୟାଙ୍କ ସାମିଲ ରହିଛି। ବର୍ତ୍ତମାନ ସାରା ଦେଶରେ ୧୪୮୨ଅର୍ବାନ କୋଅପରେଟିଭ ବ୍ୟାଙ୍କ ଏବଂ ୮୫ ମଲ୍ଟି ଷ୍ଟେଟ କୋଅପରେଟିଭ ବ୍ୟାଙ୍କ କାର୍ଯ୍ୟ କରୁଛି। ଏହି ବ୍ୟାଙ୍କଗୁଡିକରେ ୮.୬ କୋଟି ଜମାକାରୀ ରହିଥିବା ସୀତାରାମନ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?