ରିଜର୍ଭ ବ୍ୟାଙ୍କ ଅଧୀନକୁ ଆସିବ ସମବାୟ ବ୍ୟାଙ୍କ

ନୂଆଦିଲ୍ଲୀ : କୋଭିଡ୍‌-୧୯ ଯୋଗୁ ଦେଶର ଅନେକ ସମବାୟ ବ୍ୟାଙ୍କ ବର୍ତ୍ତମାନ ଚାପଗ୍ରସ୍ତ ହୋଇଛନ୍ତି। ସେମାନଙ୍କ ଆର୍ଥତ୍କ ସ୍ଥିତିକୁ ରିଜର୍ଭ ବ୍ୟାଙ୍କ ବର୍ତ୍ତମାନ ତର୍ଜମା କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ସୂଚନା ଦେଇଛନ୍ତି। ୧୯୬୫ ପରଠାରୁ ନିୟନ୍ତ୍ରଣାଧୀନ ସଂସ୍ଥାଗୁଡ଼ିକ ଏହା ପରିସରରେ ଆସୁଛନ୍ତି। ୨୭୭ ଅର୍ବାନ କୋଅପରେଟିଭ ବ୍ୟାଙ୍କ କ୍ଷତି ସାମ୍ନା କରିଛନ୍ତି। ଏହା ମଧ୍ୟରୁ ୧୦୫ ଅର୍ବାନ କୋଅପରେଟିଭ ବ୍ୟାଙ୍କ ନୂ୍ୟନତମ ନିୟାମକ ପୁଞ୍ଜି ଆବଶ୍ୟକତା ନିୟମ ପାଳନ କରିବାକୁ ସକ୍ଷମ ହେଉନାହାନ୍ତି। ୪୭ଟିରେ ନେଗେଟିଭ୍‌ ନେଟ୍‌ଓର୍ଥ ରହିଛି। ୩୨୮ ଅର୍ବାନ କୋଅପରେଟିଭ ବ୍ୟାଙ୍କରେ ୧୫% ମୋଟ୍‌ ଏନ୍‌ପିଏ ରହିଛି। ମହାମାରୀ ଯୋଗୁ ଏହି ବ୍ୟାଙ୍କଗୁଡିକର ଚାପ ଆହୁରି ବଢ଼ିଯାଇଛି। ବ୍ୟାଙ୍କଗୁଡିକର ମୋଟ ଏନ୍‌ପିଏ ଅନୁପାତ ମାର୍ଚ୍ଚ ୨୦୧୯ରେ ୭.୨୭% ରହିଥିବା ବେଳେ ଏହା ୨୦୨୦ ମାର୍ଚ୍ଚରେ ୧୦%କୁ ବୃଦ୍ଧି ଘଟିଥିବା ଲୋକ ସଭାରେ ସୀତାରାମନ ଏହି ସୂଚନା ଦେଇଛନ୍ତି। ବ୍ୟାଙ୍କିଙ୍ଗ୍‌ ରେଗୁଲେଶନ ସଂଶୋଧନ ବିଲ୍‌କୁ ସଂସଦରେ ଅନୁମୋଦନ ମିଳିଛି। ଏହି ବିଲ୍‌କୁ ରାଜ୍ୟ ସଭା ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଥିଲା। ସୀତାରାମନ କହିଛନ୍ତି ଯେ, ନିୟମ ସଂଶୋଧନ ଦ୍ୱାରା ଆର୍‌ବିଆଇ ପରିସରକୁ ସମବାୟ ବ୍ୟାଙ୍କଗୁଡିକ ଆସିବେ। ଏହାଦ୍ୱାରା ନିବେଶକଙ୍କ ସ୍ବାର୍ଥ ରକ୍ଷା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri