୨୬ଘଣ୍ଟା ପରେ ଅନଶନ ଭାଙ୍ଗିଲେ ସମବାୟ ସମିତି ବୋର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୨୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବୃହଦାଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟମାନେ ବିଭିନ୍ନ ଦାବି ନେଇ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ସକାଳଠାରୁ ଅନଶନରେ ବସିଥିଲେ। ତେବେ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସଭ୍ୟାସଭ୍ୟମାନେ ୨୬ ଘଣ୍ଟା ପରେ ସେମାନଙ୍କର ଅନଶନ ଭଙ୍ଗ କରିଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ସମବାୟ ସମିତିର ଏମ୍‌ଡି ବିଷ୍ଣୁପ୍ରିୟା ପ୍ରଧାନ ପହଞ୍ଚି ଅନଶନକାରୀଙ୍କୁ ବୁଝାସୁଝା କରିଥିଲେ ମାତ୍ର କୌଣସି ସମାଧାନ ହୋଇ ପାରି ନ ଥିଲା। ସଭ୍ୟାସଭ୍ୟମାନେ ଲିଖିତ ପ୍ରତିଶ୍ରୁତି ଦେଲେ ଯାଇ ଅନଶନ ଭାଙ୍ଗିବୁ ବୋଲି ଅଡ଼ି ବସିଥିଲେ। ସେପଟେ ବାଲିଗୁଡ଼ା ସମବାୟ ସମିତି ସମୂହର ସହକାରୀ ନିବନ୍ଧକ ସୁକାନ୍ତ ପାଢ଼ୀଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ବୋର୍ଡ ସଦସ୍ୟାସଦସ୍ୟଙ୍କୁ ନେଇ ଦାରିଙ୍ଗବାଡ଼ିଠାରେ ଗୋଟିଏ ବୈଠକ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଉକ୍ତ ବୈଠକରେ ଦାରିଙ୍ଗବାଡ଼ି ସମବାୟ ସମିତିରେ ରହିଥିବା ସମସ୍ୟାର ସମାଧାନ ପାଇଁ ଆଲୋଚନା କରାଯିବ ବୋଲି ବୋର୍ଡ ସଭ୍ୟାସଭ୍ୟଙ୍କୁ କୁହାଯାଇଥିଲା। କିନ୍ତୁ ସେମାନେ ଲିଖିତ ମାଗିବାରୁ ଆମେ ବର୍ତ୍ତମାନ ଲିଖିତ ଆକାରରେ ଦେବା ପରେ ଅନଶନ ଭଙ୍ଗ ହୋଇଛି।

ଏନେଇ ବୋର୍ଡ ସଦସ୍ୟ ଚକ୍ରଧର ମଲିକ କହିଛନ୍ତି, ଦାରିଙ୍ଗବାଡ଼ି ଥାନା ଏଏସ୍‌ଆଇ ଶ୍ରୀନିବାସ ରାଓ, ଅର୍ଜ୍ଜୁନ ଶବର ଏବଂ ସମବାୟ ସମିତି ଏମ୍‌ଡି ବିଷ୍ଣୁପ୍ରିୟା ପ୍ରଧାନ ଅନଶନସ୍ଥଳରେ ପହଞ୍ଚି ଲିଖିତ ଚିଠି ଦେବାରେ ପରେ ଆମର ଏହି ଅନଶନ ଭଙ୍ଗ ହୋଇଛି।

ଉକ୍ତ ଅନଶନରେ ସଭାନେତ୍ରୀ ଲିଲିମା ପ୍ରଧାନ,ସାଧୁ ନାୟକ, ଦିଲୀପ ପ୍ରଧାନ, ଚିତ୍ରସେନ ପ୍ରଧାନ, ଧୀରେନ ପ୍ରଧାନ, ଜୁନସ ପ୍ରଧାନ, ପଠାଣି ସାହୁ, ନୀଳମ୍ବର ପ୍ରଧାନ, ପ୍ରକାଶ ପ୍ରଧାନ ପ୍ରମୁଖ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri