ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍‌: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।
ପ୍ରାପ୍ତ ସୂଚନାନୁସାରେ, ଗିରଫ ଅଭିଯୁକ୍ତ ହେଲେ ବାଲେଶ୍ୱର ଜିଲା ରେମୁଣା ବ୍ଳକ ଅନ୍ତର୍ଗତ ଦୁର୍ଗାଦେବୀ କୋ-ଅପରେଟିଭ୍‌ ସୋସାଇଟିର ଭାରପ୍ରାପ୍ତ ସମ୍ପାଦକ ଗିରିଶ ଚନ୍ଦ୍ର ବେହେରା । ୨୦୨୧-୨୩ରେ ଚାଷ କ୍ଷୟକ୍ଷତିର ଶିକାର ହୋଇଥିବା ଦୁର୍ଗାଦେବୀ ଅଞ୍ଚଳର ୩୮ଜଣ ଚାଷୀଙ୍କ କ୍ଷତିପୂରଣ ବାବଦ ୫ଲକ୍ଷ ୮୦ ହଜାର ଟଙ୍କାକୁ ଗିରିଶ ହେରଫେର କରି ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗର ତଦନ୍ତରେ ସମ୍ପୃକ୍ତ କ୍ଷତିପୂରଣ ଅର୍ଥ ବାବଦରେ ଅଭିଯୁକ୍ତ ଗିରିଶ ଉପଯୁକ୍ତ ତଥ୍ୟ ନ ଦେଇପାରିବାରୁ ତାକୁ ଗିରଫ କରାଯାଇଛି। ଏ ନେଇ ଦୁର୍ନୀତି ନିବାରଣ (ସଂଶୋଧନ) ଆଇନ ୨୦୧୮ ଅନୁଯାୟୀ ବାଲେଶ୍ୱର ଭିଜିଲାନ୍ସ ଥାନାରେ ୨/୨୦୨୫ ନଂର ଏକ ମାମଲା ରୁଜୁ ସହ ଗିରଫ ଗିରିଶକୁ କୋର୍ଟ ଚାଲାଣ କରାଯାଇଛି। ମାମଲାର ଅଧିକ ତଦନ୍ତ ଜାରି ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?