ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟକାର୍ଯ୍ୟନିର୍ବାହୀ ନିଯୁକ୍ତି ପ୍ରସ୍ତାବକୁ ଋଦ୍ଦ କରି କାର୍ଯ୍ୟରତ ପ୍ରାଥମିକ ସମବାୟ ସମିତି ଓ ଲ୍ୟାମ୍ପସ କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ଭାବେ ମାନ୍ୟତା ପ୍ରଦାନ, ସପ୍ତମ ବେତନ କମିଶନଙ୍କ ସୁପାରିଶ ଆଧାରରେ ସମସ୍ତ ବର୍ଗର କର୍ମଚାରୀଙ୍କୁ ଦରମା ଓ ବର୍ଦ୍ଧିତ ମହଙ୍ଗା ଭତ୍ତା ଲାଗୁ, ସମିତି ଓ ଲ୍ୟାମ୍ପସ ପ୍ରଶାସନିକ ପାଣ୍ଠି କାର୍ଯ୍ୟକାରୀ କରିବା ଓ ଆସନ୍ତା ସମବାୟ ଏବଂ ବାର୍ଷିକ ବଜେଟ୍‌ରେ ସମସ୍ତ କର୍ମଚାରୀଙ୍କ ଦରମା ଓ ଭତ୍ତା ନିମନ୍ତେ ବ୍ୟୟ ଅଟକଳ ମଞ୍ଜୁର, କରୋନା ମହାମାରୀ ସମୟରେ ମୃତ କର୍ମଚାରୀଙ୍କୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ଆଦି ଦାବି ନେଇ ରାଜନଗର ବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର କର୍ମଚାରୀ ଓ ସମ୍ପାଦକମାନେ କଲମଛାଡ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ରାଜ୍ୟ ସଂଘ ଉପସଭାପତି ଘନଶ୍ୟାନ ଜେନା, ସମବାୟ କର୍ମଚାରୀ ସଂଘ ରାଜନଗର ବ୍ଲକ ସଭାପତି ନୀଳମଣି ପ୍ରଧାନ, ସମ୍ପାଦକ ଗୋବିନ୍ଦ ଚନ୍ଦ୍ର ଜେନା, ସମବାୟ ସମିତି ସମ୍ପାଦକ ଜ୍ଞାନ ରଞ୍ଜନ ନାୟକ, ଯୋଗେନ୍ଦ୍ର ନାଥ ବାରିକ, ସୁକାନ୍ତ କୁମାର ବେହେରା, ସତ୍ୟନାରାୟଣ ନାୟକ, ଅମର କୁମାର ବଳ, ସୁବ୍ରତ କୁମାର ପ୍ରଧାନ, କ୍ଷେତ୍ରବାସୀ ରାଉତ, ଅନ୍ତର୍ଯ୍ୟାମୀ ରାଉତଙ୍କ ସହିତ ସମସ୍ତ କର୍ମଚାରୀ କଲମଛାଡ ଆନ୍ଦୋଳନରେ ସାମିଲ ହୋଇ ବୁଧବାର ରାଜନଗରସ୍ଥିତ ସେଣ୍ଟ୍ରାଲ କୋ ଅପରେଟିଭ ବ୍ୟାଙ୍କ ସମ୍ମୁଖରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri