ସମନ୍ବୟ ରଖି ପରିଚାଳନା କର

ଅନୁଗୋଳ ଅଫିସ,୨୪ା୯: ଅନୁଗୋଳ ଜିଲାରେ ଦୁର୍ଗାପୂଜା ଓ ଲକ୍ଷ୍ମୀ ପୂଜାକୁ ବ୍ୟବସ୍ଥିତ ତଥା ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ତତ୍ତ୍ବାବଧାନରେ ଏବଂ ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପୂଜାକୁ ସଫଳତାର ସହ ପାଳନ କରିବା ନିମନ୍ତେ ପୋଲିସ ପ୍ରଶାସନ, କେନ୍ଦ୍ରୀୟ ପୂଜା କମିଟି ଓ ବିଭିନ୍ନ ପୂଜା କମିଟି ଆନ୍ତରିକତାର ସହିତ ଜିଲା ପ୍ରଶାସନକୁ ସହଯୋଗ କରିବାକୁ ଅତିରିକ୍ତ ଜିଲାପାଳ ପରାମର୍ଶ ଦେଇଥିଲେ। ଏହି ବୈଠକରେ କେନ୍ଦ୍ରୀୟ ପୂଜା କମିଟି ସଭାପତି ତଥା ଅନୁଗୋଳ ପୌରପାଳିକା ଅଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ଅନୁଗୋଳ ଉପଜିଲାପାଳ ବଇତୁରା ଦିପ୍‌, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରସନ୍ନ କୁମାର ବିଶ୍ବାଳ, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ବିଶି ଯୋଗଦେଇ ପୂଜା କମିଟି ଗୁଡିକ ନିଜ ମଧ୍ୟରେ ଉପଯୁକ୍ତ ସମନ୍ବୟ ରଖି ପୂଜା ପରିଚାଳନା କରିବାକୁ ପରାମର୍ଶ ଦେଇଥିଲେ।
ଚଳିତବର୍ଷ ଅନୁଗୋଳ ସହରର ୧୧ ମଣ୍ଡପରେ ମା’ ଦୁର୍ଗାଙ୍କ ପୂଜା ଓ ୨୯ ମଣ୍ଡପରେ ମା’ ଲକ୍ଷ୍ମୀଙ୍କ ପୂଜା କରାଯିବ। ଏଥିସହ ହେମସୁରପଡା ଦୁର୍ଗାପୂଜା କମିଟି ଦ୍ବାରା ରାବଣ ପୋଡି କାର୍ଯ୍ୟକ୍ରମ ଆୟୋଜିତ ହେବ। ଆସନ୍ତା ମାସ ୧ ତାରିଖ ଠାରୁ ଦୁର୍ଗାପୂଜା ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ୬ ତାରିଖରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ସେହିପରି ଆସନ୍ତା ମାସ ୯ ତାରିଖରୁ ଲକ୍ଷ୍ମୀ ପୂଜା ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ୨୦ ତାରିଖରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ବଳପୂର୍ବକ ଚାନ୍ଦା ଆଦାୟ ନ କରିବା ନିମନ୍ତେ ମତ ପ୍ରକାଶ ପାଇଥିଲା। ଶବ୍ଦ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଉଚ୍ଚ ଶବ୍ଦଯୁକ୍ତ ବାଣ ଓ ଡିଜେ ସାଉଣ୍ଡ ବାଜିବା ନିଷେଧ କରାଯାଇଛି ବୋଲି କୁହାଯାଇଥିଲା। ଜନସମାଗମକୁ ଦୃଷ୍ଟିରେ ରଖି ୨୪ ଘଣ୍ଟିଆ ଜଳ ଯୋଗାଣ, ହୁଲୁରୁସିଂଗା ଛକଠାରୁ ଗାନ୍ଧୀ ମାର୍ଗ ବାଇପାସ୍‌ ରାସ୍ତା ଦେଇ ରାଜ ହୋଟେଲ ପର୍ଯ୍ୟନ୍ତ ମରାମତି, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ନିମନ୍ତେ ପରାମର୍ଶ ଦିଆଯାଇଥିଲା। ଭୂମିଠାରୁ ୧୮ ଫୁଟ ଉଚ୍ଚତାରେ ତୋରଣ ନିର୍ମାଣ, ରାତି ୧୦ ଘଟିକା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ଏଥିପାଇଁ ୨ ଦିନ ପୂର୍ବରୁ ଆଗୁଆ ଅନୁମତି ନେବାକୁ କୁହାଯାଇଥିଲା। ବୈଠକ ଶେଷରେ ପୂଜା କମିଟି ସଦସ୍ୟମାନେ ଜିଲାପାଳଙ୍କୁ ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଥିଲେ। ଏହି ବୈଠକରେ ଜିଲାସ୍ତରୀୟ ଅଧିକାରୀ, ପୂଜା କମିଟି କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri