ସମନ୍ବୟ ରଖି ପରିଚାଳନା କର

ଅନୁଗୋଳ ଅଫିସ,୨୪ା୯: ଅନୁଗୋଳ ଜିଲାରେ ଦୁର୍ଗାପୂଜା ଓ ଲକ୍ଷ୍ମୀ ପୂଜାକୁ ବ୍ୟବସ୍ଥିତ ତଥା ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନିମନ୍ତେ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ତତ୍ତ୍ବାବଧାନରେ ଏବଂ ଅତିରିକ୍ତ ଜିଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପୂଜାକୁ ସଫଳତାର ସହ ପାଳନ କରିବା ନିମନ୍ତେ ପୋଲିସ ପ୍ରଶାସନ, କେନ୍ଦ୍ରୀୟ ପୂଜା କମିଟି ଓ ବିଭିନ୍ନ ପୂଜା କମିଟି ଆନ୍ତରିକତାର ସହିତ ଜିଲା ପ୍ରଶାସନକୁ ସହଯୋଗ କରିବାକୁ ଅତିରିକ୍ତ ଜିଲାପାଳ ପରାମର୍ଶ ଦେଇଥିଲେ। ଏହି ବୈଠକରେ କେନ୍ଦ୍ରୀୟ ପୂଜା କମିଟି ସଭାପତି ତଥା ଅନୁଗୋଳ ପୌରପାଳିକା ଅଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ଅନୁଗୋଳ ଉପଜିଲାପାଳ ବଇତୁରା ଦିପ୍‌, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରସନ୍ନ କୁମାର ବିଶ୍ବାଳ, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ବିଶି ଯୋଗଦେଇ ପୂଜା କମିଟି ଗୁଡିକ ନିଜ ମଧ୍ୟରେ ଉପଯୁକ୍ତ ସମନ୍ବୟ ରଖି ପୂଜା ପରିଚାଳନା କରିବାକୁ ପରାମର୍ଶ ଦେଇଥିଲେ।
ଚଳିତବର୍ଷ ଅନୁଗୋଳ ସହରର ୧୧ ମଣ୍ଡପରେ ମା’ ଦୁର୍ଗାଙ୍କ ପୂଜା ଓ ୨୯ ମଣ୍ଡପରେ ମା’ ଲକ୍ଷ୍ମୀଙ୍କ ପୂଜା କରାଯିବ। ଏଥିସହ ହେମସୁରପଡା ଦୁର୍ଗାପୂଜା କମିଟି ଦ୍ବାରା ରାବଣ ପୋଡି କାର୍ଯ୍ୟକ୍ରମ ଆୟୋଜିତ ହେବ। ଆସନ୍ତା ମାସ ୧ ତାରିଖ ଠାରୁ ଦୁର୍ଗାପୂଜା ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ୬ ତାରିଖରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ସେହିପରି ଆସନ୍ତା ମାସ ୯ ତାରିଖରୁ ଲକ୍ଷ୍ମୀ ପୂଜା ଆରମ୍ଭ ହୋଇ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ୨୦ ତାରିଖରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ବଳପୂର୍ବକ ଚାନ୍ଦା ଆଦାୟ ନ କରିବା ନିମନ୍ତେ ମତ ପ୍ରକାଶ ପାଇଥିଲା। ଶବ୍ଦ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଉଚ୍ଚ ଶବ୍ଦଯୁକ୍ତ ବାଣ ଓ ଡିଜେ ସାଉଣ୍ଡ ବାଜିବା ନିଷେଧ କରାଯାଇଛି ବୋଲି କୁହାଯାଇଥିଲା। ଜନସମାଗମକୁ ଦୃଷ୍ଟିରେ ରଖି ୨୪ ଘଣ୍ଟିଆ ଜଳ ଯୋଗାଣ, ହୁଲୁରୁସିଂଗା ଛକଠାରୁ ଗାନ୍ଧୀ ମାର୍ଗ ବାଇପାସ୍‌ ରାସ୍ତା ଦେଇ ରାଜ ହୋଟେଲ ପର୍ଯ୍ୟନ୍ତ ମରାମତି, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ନିମନ୍ତେ ପରାମର୍ଶ ଦିଆଯାଇଥିଲା। ଭୂମିଠାରୁ ୧୮ ଫୁଟ ଉଚ୍ଚତାରେ ତୋରଣ ନିର୍ମାଣ, ରାତି ୧୦ ଘଟିକା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ଏଥିପାଇଁ ୨ ଦିନ ପୂର୍ବରୁ ଆଗୁଆ ଅନୁମତି ନେବାକୁ କୁହାଯାଇଥିଲା। ବୈଠକ ଶେଷରେ ପୂଜା କମିଟି ସଦସ୍ୟମାନେ ଜିଲାପାଳଙ୍କୁ ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଥିଲେ। ଏହି ବୈଠକରେ ଜିଲାସ୍ତରୀୟ ଅଧିକାରୀ, ପୂଜା କମିଟି କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?