‘ସମନ୍ବୟ ରଖ, ଫଳପ୍ରଦ କର’

ଢେଙ୍କାନାଳ ଅଫିସ, ୨୯ା୪: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ ଏଥିରେ ଯୋଗଦେଇ କହିଲେ, ଏଭଳି ଅଭିନବ କାର୍ଯ୍ୟକ୍ରମ ତୃଣମୂଳସ୍ତରରେ ଲୋକଙ୍କ ସମସ୍ୟା ଦୂର ହୋଇପାରୁଛି। ଏହାକୁ ଅଧିକ ଫଳପ୍ରଦ କରିବା ପାଇଁ ବିଭାଗୀୟ ଅଧିକାରୀମାନେ ସମନ୍ବୟ ରଖି କାର୍ଯ୍ୟ କରିବାକୁ ସେ ଆହ୍ବାନ ଦେଇଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ ସାଧାରଣ ବଣ୍ଟନ ବ୍ୟବସ୍ଥା ସୁବ୍ୟବସ୍ଥିତ କରିବା ଏବଂ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱାରୋପ କରିଥିଲେ। ଜୁନ୍‌ ସୁଦ୍ଧା ସମସ୍ତ ପ୍ରାଥମିକ ସ୍କୁଲର ମରାମତି କାର୍ଯ୍ୟ ଶେଷ କରିବା, ଦୁର୍ଗମ ଅଞ୍ଚଳରେ ଅଧିକ ଖାଉଟି ସାମଗ୍ରୀ ବିତରଣ କେନ୍ଦ୍ର ଖୋଲିବା, ଦୁଃସ୍ଥ ହିତାଧିକାରୀଙ୍କ ପାଖରେ ଖାଉଟି ସାମଗ୍ରୀ ପହଞ୍ଚାଇବା ବ୍ୟବସ୍ଥା କରିବା, ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ସାମିଲ କରିବା ଲାଗି ପଦକ୍ଷେପ ନେବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଙ୍ଗନଓ୍ବାଡି କେନ୍ଦ୍ରରେ ପାନୀୟଜଳ, ବିଦ୍ୟୁତ୍‌ ସରବରାହ, ଶୌଚାଳୟ, ପିଲାଙ୍କ ବସିବା ଲାଗି ଚୌକି, ଡେସ୍କ ବ୍ୟବସ୍ଥା କରିବା ସହ ଶିଶୁଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି। ଏଥିସହ ବାଲ୍ୟବିବାହ ରୋକିବା, ଗରିବ ପରିବାର ଝିଅ-ପୁଅଙ୍କ ବିବାହ ଲାଗି ସରକାରୀ ସହାୟତା ଯୋଗାଇଦେବା ଆଦି ବିଷୟରେ ଆଲୋଚନା କରାଯାଇଥିଲା। ବୈଠକରେ ନଳକୂପ ଖନନ, ଜଳକ୍ଲିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ, ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ, ବାଲ୍ୟବିବାହ ରୋକିବା ଲାଗି ପଞ୍ଚାୟତରେ ବିବାହ ପଞ୍ଜୀକରଣ ବ୍ୟବସ୍ଥା, ଦୁର୍ଗମ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରିବା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।
ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ, ସମସ୍ତ ବ୍ଲକ ବିଡିଓ, ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ପରିଷଦ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri