କୋକସରାରେ ରଥଯାତ୍ରା: ଶୃଙ୍ଖଳାର ସହ ପରିଚାଳନା ଲାଗି ବସିଲା ସମନ୍ବୟ ବୈଠକ

କୋକସରା,୨୮।୬(ଡି.ଏନ.ଏ.): ଆସନ୍ତା ଜୁଲାଇ ପହିଲାରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଏହାକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ପାଇଁ ମଙ୍ଗଳବାର କୋକସରା ବ୍ଲକ ବିଡିଓ ମନୀଷା ଦାସଙ୍କ ଅଧ୍ୟକ୍ଷତାରେ ସମନ୍ବୟ ବୈଠକ କୋକସରା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ କରିବା ପାଇଁ ପ୍ରତି ରଥଯାତ୍ରା କମିଟି ପକ୍ଷରୁ ସ୍ବେଚ୍ଛାସେବୀ ଯୁବକ ସମେତ ସ୍ବୟଂ ସହାୟକ ଗୋଷ୍ଠିର ମହିଳାଙ୍କୁ ରଥଯାତ୍ରା ପରିଚାଳନା ପାଇଁ ଦାୟିତ୍ୱ ଦେବାକୁ ନିଷ୍ପତ୍ତି ନିଆଯାଇଛି। ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ମୁତୟନ ରହିବେ। କୋକସରା ବ୍ଲକର ବିଭିନ୍ନ ରଥଯାତ୍ରା କମିଟିର ସଦସ୍ୟମାନଙ୍କ ସହିତ ଏହି ବୈଠକରେ କୋକସରା ଅତିରିକ୍ତ ତହସିଲଦାର କମଳାସନ ରଥ, ଜିପିଓ ନାରାୟଣ ଭୋଇ, ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା, ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ଦେହୁରୀ, କୋକସରା ଥାନା ଅଧିକାରୀ ପ୍ରସନ୍ନ ବେହେରା, ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ, ଜନସୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଚିଦାନନ୍ଦ ପଣ୍ଡା ସମେତ କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ, ତ୍ରିନାଥ ପ୍ରସନ୍ନ ରାୟ, ଜିତେନ୍ଦ୍ର ପଣ୍ଡା ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri