ସବୁ ବିଭାଗର ସମନ୍ବୟ ରହିଲେ ଦୁର୍ଘଟଣା କମିବ

ପୁରୀ ଅଫିସ,୧୭।୨: ସଡ଼କ ସୁରକ୍ଷା ଏକ ସାମୂହିକ ଦାୟିତ୍ୱ। ବିଭିନ୍ନ ବିଭାଗ ପରସ୍ପର ମଧ୍ୟରେ ସୁସମନ୍ବୟ ରଖି କାର୍ଯ୍ୟ କଲେ ଏହାର ସୁଫଳ ମିଳିବା ସହ ଅନେକ ଜୀବନ ରକ୍ଷା ହୋଇପାରିବ ବୋଲି ସଡ଼କ ସୁରକ୍ଷାର ସୁପ୍ରିମକୋର୍ଟ ମନିଟରିଂ କମିଟିର ସେକ୍ରେଟାରୀ ସଞ୍ଜୟ ମିତ୍ତଲ ମତବ୍ୟକ୍ତ କରିଛନ୍ତି। ଗୁରୁବାର ସର୍କିଟ ହାଉସରେ ପରିବହନ ବିଭାଗ ପକ୍ଷରୁ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ମିତ୍ତଲ ପ୍ରତି ରାଜ୍ୟର ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହାକୁ ଅନୁପାଳନ କରାଗଲେ ନିଶ୍ଚିତ ଦୁର୍ଘଟଣା ହ୍ରାସ ପାଇବ। ଜାତୀୟ ରାଜପଥ କର୍ତ୍ତୃପକ୍ଷ, ପୂର୍ତ୍ତ ବିଭାଗ, ପୋଲିସ ବିଭାଗ, ପରିବହନ ବିଭାଗ, ସ୍ବାସ୍ଥ୍ୟ ବିଭାଗର ମିଳିତ ସହଯୋଗ ପାଇଁ ସେ ବିଶେଷ ଭାବେ ପରାମର୍ଶ ଦେଇଥିଲେ। ଏସ୍‌ପି କନୱର ବିଶାଲ ସିଂ ଯୋଗଦେଇ କହିଥିଲେ, ସଡ଼କ ସୁରକ୍ଷା ପାଇଁ ନିୟମିତ ଧରପଗଡ଼ ଜାରି ରହିବା ସହ ଲୋକଙ୍କୁ ସଚେତନ କରାଯାଉଛି। ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ ରାସ୍ତା ଦୁର୍ଘଟଣାକୁ ସମ୍ପୂର୍ଣ୍ଣ ରୋକାଯାଇ ନ ପାରିଲେ ମଧ୍ୟ ଏହାର ମାତ୍ରା ହ୍ରାସ କରିବା ଜରୁରୀ। ପ୍ରତ୍ୟେକ ସ୍ତରରେ ଏହାକୁ ପ୍ରତିହତ ପାଇଁ ପଦକ୍ଷେପ ନେବାକୁ ମତ ଦେଇଥିଲେ। ପରିବହନ ବିଭାଗର ଯୁଗ୍ମ ସଚିବ ବିଷଦ ତଥ୍ୟ ପ୍ରଦାନ କରି ଦୁର୍ଘଟଣା ପ୍ରବଣ ସ୍ଥାନ ଓ କାରଣ ଚିହ୍ନଟ କରି ବୈଜ୍ଞାନିକ ପଦ୍ଧତିରେ ଏହାର ନିରାକରଣ, ବ୍ୟାପକ ସଚେତନତା ସୃଷ୍ଟି, ଦୁର୍ଘଟଣା ପରେ ଆହତଙ୍କୁ ଚିକିତ୍ସା ଦେବା ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ କହିଥିଲେ। ସଡ଼କ ସୁରକ୍ଷା ପାଇଁ ଓଡ଼ିଶା ପରିବହନ ବିଭାଗ ଅନେକ କ୍ଷୁଦ୍ର ଚଳଚ୍ଚିତ୍ର କରି ରାଷ୍ଟ୍ରୀୟ ସ୍ତରରେ ପ୍ରଶଂସିତ ହୋଇଛି ବୋଲି ସେ କହିଥିଲେ। ପ୍ରାରମ୍ଭରେ ଆଞ୍ଚଳିକ ପରିବହନ ଅଧିକାରୀ ରବିନ ପଟ୍ଟନାୟକ ଜିଲା ପରିବହନ କାର୍ଯ୍ୟାଳୟର ବିଭିନ୍ନ ତଥ୍ୟ ଉପସ୍ଥାପନ କରିଥିଲେ।
ଏନ୍‌ଏଚ୍‌ ୩୧୬ରେ ୪୩ଟି ଦୁର୍ଘଟଣାସ୍ଥଳ ଚିହ୍ନଟ କରାଯାଇ ହମ୍ପ୍ସ, ସାଇନେଜ କରାଯାଇଛି। ୧୦ ସ୍ଥାନରେ ବେଗ ନିୟନ୍ତ୍ରଣ ସାଇନେଜ ସ୍ଥାପନ ହୋଇଛି। ସତ୍ୟବାଦୀ, ସାତସଙ୍ଖ, ପଟନାୟିକିଆ, ମାଳତିପାଟପୁର ଓ ହରେକୃଷ୍ଣପୁର ଛକରେ ଆଲୋକ ବ୍ୟବସ୍ଥା କରାଯାଇଛି। ଜିଲାରେ ୨୦୨୧ରେ ୧୯୭ଟି ଦୁର୍ଘଟଣା ଘଟିଥିବା ବେଳେ ୧୨୨ଜଣଙ୍କ ର ମୃତ୍ୟୁ ହୋଇଥିଲା। ସେହିପରି ୨୦୨୨ରେ ୧୯୭ ଦୁର୍ଘଟଣା ହୋଇ ୧୪୬ ଜଣଙ୍କ ମୃତ୍ୟୁ ଘଟିଥିଲା। ୨୦୨୩ ଜାନୁୟାରୀରେ ୧୮ଟି ଦୁର୍ଘଟଣା ହୋଇଥିବାବେଳେ ୧୩ଜଣଙ୍କ ମୃତ୍ୟୁ ଘଟିଛି। ୨୦୨୨ରେ ୩୪୧୩ଟି ବିନା ହେଲମେଟ ଯାଞ୍ଚ କରାଯାଇ ୨୩୮ ଲାଇସେନ୍ସ ସସପେଣ୍ଡ କରାଯାଇଥିବା ବେଳେ ଦ୍ରୁତ ଗତି କ୍ଷେତ୍ରରେ ୯୪୭ ଲାଇସେନ୍ସ ରଦ୍ଦ କରାଯାଇଛି। ସିଟବେଲ୍ଟ ଉଲ୍ଲଂଘନ କ୍ଷେତ୍ରରେ ୧୧ଜଣ, ଗାଡି ଚାଳନା ବେଳେ ମୋବାଇଲ ବ୍ୟବହାର କ୍ଷେତ୍ରରେ ୫, ମଦ ପିଇ ଗାଡି ଚଳାଇବା କ୍ଷେତ୍ରରେ ୯୯ଜଣଙ୍କ ଲାଇସେନ୍ସ ରଦ୍ଦ କରାଯାଇଛି ବୋଲି ପରିବହନ ବିଭାଗ ସୂଚନା ଦେଇଛି। ବୈଠକରେ ଅତିରିକ୍ତ ଏସ୍‌ପି ପ୍ରଫୁଲ୍ଲ ଚନ୍ଦ୍ର ବଡ଼ଜେନା, ପୌରନିର୍ବାହୀ ଅଧିକାରୀ ସରୋଜ ସ୍ବାଇଁ, ତହସିଲଦାର କ୍ଷୀରୋଦ ବେହେରା, ଯନ୍ତ୍ରୀ ଅଜିତ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?